ବୁଧବାର ୭ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ, ୨୨।୯: କରୋନା ସଂକ୍ରମଣ ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। କରୋନା ଦ୍ୱାରା ଅଧିକ ସଂକ୍ରମିତ ହୋଇଥିବା ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ନାଟକ, ଉତ୍ତରପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଏବଂ ପଞ୍ଜାବ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ ଅଂଶଗ୍ରହଣ କରିବେ। ମୋଦି ଏସବୁ ରାଜ୍ୟରେ କରାଯାଉଥିବା କାର୍ଯ୍ୟକ୍ରମର ସମୀକ୍ଷା କରିବେ। ପରବର୍ତ୍ତୀ ସମୟରେ କେଉଁ ପ୍ରକାର ଆଭିମୁଖ୍ୟ ଗ୍ରହଣ କରାଯିବ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ମତାମତ ଲୋଡ଼ିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Share