Advertisement
Categories: ଜାତୀୟ

ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କର ୭୭ ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ମୋଦି ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।

ଦୀର୍ଘ ଦିନ ଧରି କଂଗ୍ରେସ ସଭାପତି ଭାବେ କାର୍ଯ୍ୟଭାର ସମ୍ଭାଳିଥିବା ସୋନିଆ ଗାନ୍ଧୀ ସ୍ବାସ୍ଥ୍ୟଗତ କାରଣରୁ ଗତ କିଛି ବର୍ଷ ମଧ୍ୟରେ ସକ୍ରିୟ ରାଜନୀତିରୁ ଟିକେ ଦୂରେଇ ଯାଇଛନ୍ତି ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସ ଦଳରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।

Share