ନୂଆଦିଲ୍ଲୀ,୨୫ା୭: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ଶାସିତ ୧୮ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ଯୋଗଦେଇଛନ୍ତି। କେନ୍ଦ୍ର ସରକାରଙ୍କ ସୁଶାସନ ଓ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି। ୪ ଘଣ୍ଟା ଧରି ଚାଲିଥିବା ଉକ୍ତ ବୈଠକରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି . ନଡ୍ଡା ମଧ୍ୟ ସାମିଲ ଥିଲେ।