Posted inରାଜ୍ୟ

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ ଭାଜପା ପ୍ରଥମ ଥର କ୍ଷମତାକୁ ଆସିଥିବା ବେଳେ ଦଳ ଓ ସରକାରଙ୍କ ମଧ୍ୟରେ କିଭଳି ସମନ୍ଵୟ ରକ୍ଷା ହେବ, ସରକାରୀ କାର୍ଯ୍ୟକ୍ରମ ଓ ଯୋଜନା କିଭଳି ଘରେ ଘରେ ପହଞ୍ଚିବ, ଲୋକମାନେ କିପରି କେନ୍ଦ୍ରରେ ଉପକୃତ ହେବେ ଏବଂ ଯୋଜନା ସବୁତକ ତୃଣମୂଳ ସ୍ତରରେ ପହଞ୍ଚିବ ସେନେଇ ବୈଠକରେ ଚର୍ଚ୍ଚା ହୋଇଥିଲା।

ସେହିପରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା ସହିତ ଲୋକଙ୍କୁ ସୁଶାସନ ଦିଆଯାଇପାରିବ ତା’ଉପରେ ବିଶେଷ ଭାବେ ଜୋର ଦେବାକୁ ସମସ୍ତ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ମୋଦି ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ କେନ୍ଦ୍ରୀୟ ନେତୃତ୍ବ ଦଳର ମୁଖ୍ୟମନ୍ତ୍ରୀମାନଙ୍କୁ ସଂଗଠନ ସ‌ହ ନିୟମିତ ଭାବେ ସମନ୍ବୟ ରଖିବାକୁ ବିଶେଷ ଭାବେ କହିଛନ୍ତି। ଏହି ଅବସରରେ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ସେମାନଙ୍କ ନିଜ ନିଜ ରାଜ୍ୟର ସମସ୍ୟା ସମ୍ପର୍କରେ କେନ୍ଦ୍ରୀ କନ୍ଦ୍ରୀୟ ନେତୃତ୍ବଙ୍କୁ ଅବଗତ କରାଇଥିଲେ ।

ଶନିବାର ସନ୍ଧ୍ୟାରେ ଭାଜପା ମୁଖ୍ୟାଳୟଠାରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ଯକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ଏହି ବୈଠକରେ ଭାଗ ନେଇଥିଲେ। ଏହି ବୈଠକ ରବିବାର ମଧ୍ୟ ଚାଲୁ ରହିବ। ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ଦଳର ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri