ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ରାଜ୍ୟ ଭାଜପା ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି। ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରଧାନମନ୍ତ୍ରୀ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ମୋଦି ପାଖାପାଖି ସନ୍ଧ୍ୟା ୭ଟା ସମୟରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା।

ଏହାପରେ ପ୍ରଧାନମନ୍ତ୍ରୀ ଭାଜପାର ରାଜ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ପ୍ରାୟ ୩୭ ଜଣ ନେତାଙ୍କ ସହ ବୈଠକ କରିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ପ୍ରଥମେ ସମସ୍ତେ କିପରି ଅଛନ୍ତି ଏବଂ ଖାଇବା ପିଇବା ବିଷୟରେ ବୁଝିଥିଲେ। ଏହାପରେ ମୋଦିଙ୍କ ପାଖରେ ଓଡ଼ିଶା ବାବଦରେ ରହିଥିବା ବିଭିନ୍ନ ତଥ୍ୟକୁ ସେମାନଙ୍କ ପାଖରେ ରଖିଥିଲେ। ସେ ରଖିଥିବା ତଥ୍ୟର ସତ୍ୟତା ଏବଂ ରାଜ୍ୟରେ ନିର୍ବାଚନ ପରିଚାଳନା କିପରି ଚାଲିଛି ତା’ ଉପରେ ବିଶେଷ ଧ୍ୟାନ ଦେଇଥିଲେ। ପ୍ରାୟ ୩୦ ମିନିଟ୍‌ ଧରି ଆଲୋଚନା କରିବା ସମୟରେ ପ୍ରଧାନମନ୍ତ୍ରୀ, ନିର୍ବାଚନରେ କ’ଣ କିପରି ସୁବିଧା ଅସୁବିଧା ଅଛି ସେନେଇ ମଧ୍ୟ ପଚାରି ବୁଝିଥିଲେ।

ଏହାସହ ଟେକ୍ନୋଲୋଜିର ବ୍ୟବହାର ନିର୍ବାଚନରେ କିପରି ହେଉଛି ଏବଂ ଆଗକୁ କ’ଣ କରିବା ଦରକାର ସେନେଇ ମଧ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ନେତାମାନଙ୍କୁ ପଚାରିଥିଲେ। ଯେପରି ଡେଟା ଷ୍ଟୋରିଂ, ଫାଇଲିଂ ଏ ବାବଦରେ ମଧ୍ୟ ଆଲୋଚନା କରିଥିଲେ। ଶେଷରେ ଜଲ୍‌ଦି ଦେଖା ହେବା ବୋଲି କହି କିଛି ଗଣମାଧ୍ୟମକୁ ସ୍ବତନ୍ତ୍ର ସାକ୍ଷାତ୍‌କାର ଦେଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri