ଓଡ଼ିଶା ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ସମୟରେ ସେ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଅଗଷ୍ଟ ୨୬ରେ ଭାଗବତ ପୁରୀରେ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଆଦି ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ। ଏଥିସହିତ ସେ ରାଜ୍ୟରେ କୋଭିଡ ସଂକ୍ରମିତମାନଙ୍କୁ ସଂଘ ପକ୍ଷରୁ କିଭଳି ସେବା ଯୋଗାଇ ଦିଆଯାଉଛି ସେ ନେଇ ସମୀକ୍ଷା କରିବେ। ୨୯ ତାରିଖରେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Share