ବଜେଟରେ ଏହି ସବୁ ନୂଆ ଯୋଜନା ଆଣିଲେ ମୋହନ ସରକାର, ଜାଣନ୍ତୁ କ’ଣ କ’ଣ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ ଯୋଜନାର ନାମ ପରିବର୍ତ୍ତନ କରି ଅନେକ ନୂଆ ନାମ ଯୋଡିଛନ୍ତି।

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଛି।

ଏଥିସହ ନୂଆ ସରକାର କିଛି ନୂଆ ଯୋଜନା ମଧ୍ୟ ଆଣିଛନ୍ତି। ଅନାଥ ଶିଶୁଙ୍କ ପାଇଁ ବଜେଟରେ ‘ଯଶୋଦା’ ନୂଆ ଯୋଜନା ଅଣାଯାଇଛି। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା ଘୋଷଣା ହୋଇଛି। ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା କରାଯାଇଛି। ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟ ବରାଦ ହୋଇଛି।

ସେହିପରି ସ୍କୁଲରେ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’। ଏହି ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଏସ୍‌ଟି ପିଲାଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା ମିଳିବ। ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି।

ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ ଯୋଜନା, ଅକ୍ଷୟ ଶକ୍ତି ବିକାଶ ଯୋଜନା, ଯୁବଶକ୍ତି ଯୋଜନା, ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ଯୋଜନା, ଓ ବଳଭଦ୍ର ଜୈବିକ ଚାଷ ମିଶନ, ସବୁ ଆଦିମ ଜନଜାତିଙ୍କ ବସ୍ତିକୁ ସବୁଦିନିଆ ରାସ୍ତା ପାଇଁ ପିଏମ ଜନମନ ଯୋଜନା, ଅତିରିକ୍ତ ସୌରଶକ୍ତି ପ୍ରୋତ୍ସାହନ ଯୋଜନା ଆଣିଛନ୍ତି। ଏହାସହିତ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଓ ପିଏମ ସୂର୍ଯ୍ୟଘର ଯୋଜନା ଲାଗୁ ହେବ ବୋଲି ଘୋଷଣା କରିଛନ୍ତି।

ଆଜି ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷର ବଜେଟ ଆକାରରେ ୧୫.୨% ବୃଦ୍ଧି ହୋଇଛି। ମୋହନ ସରକାର ଚଳିତ ଆର୍ଥିକ ବର୍ଷରେ ନିଜସ୍ବ ଟିକସ ଓ ଅଣଟିକସ ବାବଦରେ ୧.୧୮ଲକ୍ଷ କୋଟି ଟଙ୍କା, କେନ୍ଦ୍ରୀୟ ଟିକସରୁ ରାଜ୍ୟଅଂଶ ଓ କେନ୍ଦ୍ରୀୟ ଅନୁଦାନକୁ ମିଶାଇ ମୋଟ ୯୩ହଜାର କୋଟି ଟଙ୍କା, ଋଣ ଓ ଅଗ୍ରୀମର ପୁନଃଭରଣା ବାବଦରେ ୫୦୫କୋଟି ଟଙ୍କା ପାଇବେ ଅଟକଳ କରିଛନ୍ତି। ଏହାସହିତ ମୋଟ ବଜେଟ ଅଟକଳର ୨୫.୬% ଅର୍ଥାତ୍‌ ୪୩୪୯୫କୋଟି ଟଙ୍କା ଋଣ ଆଣିବାକୁ ମଧ୍ୟ ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ; ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା...

ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ...

କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା’, ପାଣିପାଗ ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୫ା୧୦: ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri