‘ଆମ ଓଡିଶା, ନବୀନ ଓଡ଼ିଶା’ କାମକୁ ଆଗେଇ ନେବେ ମୋହନ ସରକାର: ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୩।୯: ଗତ ସରକାରଙ୍କ ‘ଆମ ଓଡିଶା, ନବୀନ ଓଡ଼ିଶା’ କାମ ଆଗେଇ ନିଆଯିବ ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। କଂଗ୍ରେସ ବିଧାୟକ ତାରା ବାହିନିପତିଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି, ‘ଆମ ଓଡିଶା ନବୀନ ଓଡିଶା’ରେ ୩ ହଜାର ୪୫୭ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ପ୍ରାୟ ୩୦ରୁ ୪୦ ପ୍ରତିଶତ କାମ ସମ୍ପୂର୍ଣ୍ଣ ହୋଇଛି, ଯାହାର ପେମେଣ୍ଟ ବି ହୋଇଛି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ରେ ବିଜେଡି କର୍ମକର୍ତ୍ତା ଯାହା କହୁଥିଲେ ତାହା ହେଉଥିଲା। ବିଜେଡ଼ି ସରକାର ପଲ୍ଲୀ ସଭା କରୁ ନ ଥିଲା । କିନ୍ତୁ ଆମ ସରକାର ତାହା କରିବନି। ଗ୍ରାମ ସଭା ଓ ପଲ୍ଲୀ ସଭାକୁ ଆମ ସରକାର ପୂର୍ଣ୍ଣ କ୍ଷମତା ପ୍ରଦାନ କରିଛନ୍ତି। ସେ ଯାହା କହିବେ ତାହା ହେବ ବୋଲି।
ସେହିଭଳି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି ଯେ ‘ଆମ ଓଡିଶା ନବୀନ ଓଡିଶା’ ଅର୍ଥ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଗାଁ ଗହଳିରେ ଅର୍ପଣ ଚାଉଳ ସଂଗ୍ରହ ପାଇଁ ସଙ୍କୀର୍ତ୍ତନ ଓ କ୍ରୀଡା ବିକାଶ ପାଇଁ ଖର୍ଚ୍ଚ କରାଯାଇଛି। ସେ ବାବଦରେ ଆମେ ତର୍ଜମା କରୁଛୁ। କାମ କରିଥିବା ସଂସ୍ଥାକୁ ଟଙ୍କା ନିଶ୍ଚିତ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri