ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରିରୁ ବରଖାସ୍ତ କରାଯାଇଛି।

ଗୁରୁବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଛେଣ୍ଡିପଦା ତହସିଲର ପୂର୍ବତନ ବରିଷ୍ଠ କିରାଣୀ ଲମ୍ବୋଦର ବେହେରା ଯିଏକି ଏବେ ଅନୁଗୋଳ ଡିପିଏମୟୁରେ ବରିଷ୍ଠ ରାଜସ୍ୱ ସହାୟକ ଭାବେ କାର୍ଯ୍ୟ କରୁଛନ୍ତି ତାଙ୍କୁ ଭିଜିଲାନ୍ସ ମାମଲାରେ ଚାକିରିରୁ ବରଖାସ୍ତ କରାଯାଇଛି। ୨୦୧୨ ଏପ୍ରିଲ ମାସରେ ବେହେରା ଏକ ଜମି ପଟ୍ଟା କରାଇ ଦେବା ପାଇଁ ଲାଂଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।

ଏହି ମାମଲାରେ ୨୦୨୪ ଜୁଲାଇ ୨୫ ତାରିଖରେ ଅନୁଗୁଳସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରି ୨ବର୍ଷ ଜେଲ ଦଣ୍ଡାଦେଶ ପ୍ରଦାନ କରିଥିଲେ ଏବଂ ଆଉ ଏକ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ । ଏହି ଦଣ୍ଡାଦେଶ ପରେ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ବେହେରାଙ୍କ ବିରୁଦ୍ଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କୁ ସୁପାରିଶ କରାଯାଇଥିଲା । ଯାହା ଆଧାରରେ ଅନୁଗୁଳ ଡିପିଏମୟୁର ବରିଷ୍ଠ ରାଜସ୍ୱ ସହାୟକ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି ।

ସୂଚନା ଅନୁସାରେ ପୂର୍ବ ସରକାର ସମୟରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଦୁର୍ନୀତି ଅଭିଯୋଗ ଓ ବେଆଇନ ସମ୍ପତ୍ତି ଠୁଳ ମାମଲାରେ ୪୭ଜଣ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ ସରକାରୀ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…

କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ...

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ...

ଫ୍ରାନ୍ସିସ୍‌ଙ୍କ ଯୁଗ

୨୧ ଏପ୍ରିଲରେ ପୋପ୍‌ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍‌ ଇତିହାସରେ ଏକ ବିରଳ...

ଆପେ ବଞ୍ଚିଲେ ବାପର ନାଁ

ଗୋଟେ କଥା ଅଛି ‘ଆପେ ବଞ୍ଚିଲେ ବାପର ନାଁ’। ଅନେକ ସମୟରେ ମଣିଷ ଯେତେବେଳେ ସ୍ବାର୍ଥସର୍ବସ୍ବ ହୁଅନ୍ତି, ସେତେବେଳେ ଏହି ଉକ୍ତିଟି ବ୍ୟବହାରକରି ନିଜ କାମର...

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image