ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ। ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା। ସଂକଳ୍ପ ପତ୍ରରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରା କରିଛୁ, ଆଗକୁ ମଧ୍ୟ କରିବୁ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିଲୁ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ସମସ୍ୟା ସମାଧାନ ବି କରୁଛୁ। ଆଗାମୀ ଦିନରେ ସବୁ ଜିଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ। ମିଛ ପ୍ରତିଶ୍ରୁତି ସମସ୍ୟାର ସମାଧାନ ନୁହେଁ, ଆମେ ନିଶ୍ଚିତ ସବୁ ସମସ୍ୟାର ସମାଧାନ କରିବୁ। ଲୋକଙ୍କୁ ଦିଆଯାଇଥିବା ସବୁ ପ୍ରତିଶ୍ରୁତି ନିର୍ଦ୍ଦିଷ୍ଟ ସମୟରେ ସାରିବାକୁ ଚେଷ୍ଟା କରିବୁ।

ଏଥିସହ ମୋହନ ମାଝୀ ବିଜେଡି ସରକାରଙ୍କୁ ମଧ୍ୟ ଖୋଲା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାର ଅଭିଯୋଗ ଶୁଣୁ ନ ଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ। ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା। ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କରିଥିଲେ। ସେଥିପାଇଁ ବିଜେଡି ସରକାରର ପତନ ଘଟିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri