ଶପଥ ପୂର୍ବରୁ ବଡ଼ ପ୍ରତିଶ୍ରୁତି ଦେଲେ ମୋହନ ମାଝି

ଭୁବନେଶ୍ୱର,୧୨।୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତିପରିଡା ଏବଂ କେଭି ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ। ମାଲ୍ୟାର୍ପଣ ପୂର୍ବରୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋହନ କହିଛନ୍ତି, ଶପଥ ପାଠ ପରେ ୧୦୦ ଦିନର କାର୍ଯ୍ୟକ୍ରମ ବାବଦରେ ଅବଗତ କରିବୁ ଏବଂ ସାଢେ ୪ କୋଟି ଓଡ଼ିଆଙ୍କ ବିକାଶ ପାଇଁ କାମ ଆରମ୍ଭ କରିବୁ।

ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କୁ ବିଧାୟକ ଦଳ ପକ୍ଷରୁ ଚୟନ କରାଯିବା ପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସେ ଆଦିବାସୀ ଅଞ୍ଚଳରୁ ଆସିଛନ୍ତି ଓ ସେମାନଙ୍କ କାମ ନିଶ୍ଚିୟ କରିବେ। ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ବହୁତ କାମ ପଡ଼ିରହିବା ସହିତ ସେମାନଙ୍କ ଅଞ୍ଚଳର ମଧ୍ୟ ଅନେକ କାର୍ଯ୍ୟ ହୋଇପାରିନି। ସେମାନଙ୍କ ଅଞ୍ଚଳରେ ବିକାଶ କିପରି ପହଞ୍ଚତ୍ବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯିବ। ଗତ ସରକାରରେ ଏନେଇ ଚିନ୍ତା କରାଗଲା ନାହିଁ। ତେଣୁ ଦଳର ଚିନ୍ତାଧାରାକୁ ନେଇ ଭାଜପା ସଂକଳ୍ପପତ୍ରରେ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ଯେପରିକି ସୁଭଦ୍ରା ଯୋଜନା, ଏମଏସ୍ପି ବୃଦ୍ଧି କରିବା ଆଦି ସବୁ କଥା ପୂରଣ କରିବା ଦିଗରେ କାର୍ଯ୍ୟ କରାଯିବ। ଏବେ ଡବଲ ଇଞ୍ଜିନ ସରକାର ଓଡ଼ିଶାରେ ଆସିପାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସେ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ରାଜ୍ୟରେ ଆସନ୍ତା ୫୦ ବର୍ଷ ପାଇଁ କିପରି ବିକାଶମୂଳକ କାର୍ଯ୍ୟ ହେବ, ସେନେଇ ଆଲୋଚନା କରିଛନ୍ତି। ୨୪ ବର୍ଷରେ ଓଡ଼ିଶାରେ ହୋଇପାରି ନ ଥିବା କାର୍ଯ୍ୟ ୫ ବର୍ଷରେ କିପରି ହେବ, ସେଥିପ୍ରତି ଗୁରୁତ୍ୱ ଦେବେ ବୋଲି ମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri