ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀରେ ପହଞ୍ଚିଛନ୍ତି। ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ା କେନ୍ଦୁଆଠାରେ ମନ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ଶନିବାର ଚଣ୍ଡିଖୋଲ ଡାକବଙ୍ଗଳାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

ତେବେ କାର୍ଯ୍ୟକ୍ରମରେ ଯୋଗଦେଇ ମୋହନ ମଞ୍ଚ ଉପରୁ ବିଜେଡିକୁ ଟାର୍ଗେଟ କରିଛନ୍ତି। ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ ଉଠାଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଜେଡିର ଗାଁକୁ କାମ, ନାରୀକୁ ସମ୍ମାନ ନାରା କେତେ କାର୍ଯ୍ୟକାରୀ କରିଛନ୍ତି ବୋଲି ସେ ସିଧାସଳଖ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଯାଜପୁରରେ ଗାଁକୁ ଭଲ ରାସ୍ତା ନାହିଁ, ବିକାଶମୂଳକ କାମ ନାଁରେ ଦୁର୍ନୀତି ହୋଇଛି। ବିଜେଡି ନାରୀକୁ କେତେ ସମ୍ମାନ ଦେଇଛନ୍ତି, ତାହା ଆମେ ଦେଖିଛୁ। ଧର୍ମଶାଳ ପିଇଓ ସ୍ମିତାରାଣୀଙ୍କୁ ନିର୍ମମ ଭାବେ ଏଠାରେ ହତ୍ୟା କରାଯାଇଛି। ନ୍ୟାୟ ଦେବା ପରିବର୍ତ୍ତେ ଏହି ମାଲାରେ କୁଜି ନେତାଙ୍କୁ ଘଣ୍ଟ ଘୋଡ଼ାଇ ରଖାଯାଇଛି।

ଯାଜପୁରକୁ ୩ ପରିବାର ଲୁଟିଛନ୍ତି। ବିକାଶ ନାଁରେ ୩ ପରିବାର ଯାଜପୁରକୁ ଲୁଟିଛନ୍ତି। ନାଁ ନନେଇ ବିଜେଡିର ୩ ନେତାଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯାଜପୁର ଏକ ଶିଳ୍ପ ସମୃଦ୍ଧ ଓ ଖଣି ଖାଦାନରେ ଭରପୂର ଅଞ୍ଚଳ। ଯେତିକି ଉନ୍ନତି ହେବା କଥା ସେତିକି ନାହିଁ, ଲୋକେ ଏବେ ବି ଗରିବ ଅଛନ୍ତି। ବିଗତ ସରକାରରେ ଅବହେଳିତ ହୋଇଥିବା ଲୋକଙ୍କୁ ସୁବିଧା ମିଳିବ ବୋଲି ମୋହନ ମାଝୀ ଆଶ୍ୱସନା ଦେଇଛନ୍ତି।

ସେ ଆହୁରି କହିଛନ୍ତି, ବିକାଶ ନାଁରେ ବିନାଶ କରିଛି ବିଜେଡି। ଯାଜପୁରର ନଗଡ଼ା ଅପପୃଷ୍ଟି କଥା ରାଜ୍ୟ ନୁହେଁ ପୁରା ଦେଶରେ ଚର୍ଚ୍ଚା ରହିଥିଲା। ଖାଇବାକୁ ନପାଇ ପ୍ରାୟ ୧୫ ଶିଶୁଙ୍କ ଜୀବନ ଯାଇଥିଲା। ଯାଜପୁରର ଗୁରୁବାରୀ ମାଉସୀ ଚାକୁଣ୍ଡା ପତ୍ର ଭାଜି ଖାଇଥିଲେ। ୨୪ ବର୍ଷ ଭିତରେ କି ବିକାଶ ହୋଇଛି, ଏବେ ଆହୁରି ସମୟ ମାଗୁଛନ୍ତି। ୨୪ ବର୍ଷ ଶାସନରେ ବିକାଶ ନାଁରେ ବିନାଶ କରିଛି ବିଜୁ ଜନତା ଦଳ ବୋଲି ସେ କହିଛନ୍ତି।

ସୂଚନାଥାଉ କି, ଏହି କାର୍ଯ୍ୟକ୍ରମ ପରେ ଚାରାରୋପଣ କରାଯିବ। ଶେଷରେ ଜଣେ ଆଦିବାସୀଙ୍କ ଘରେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନଭୋଜନ କରିବେ ବୋଲି ସୂଚନା ମିଳିଛି। ବୈଠକରେ ବିଭିନ୍ନ ପଞ୍ଚାୟତରୁ ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗ ଦେଇଛନ୍ତି। ଏଥିସହ କାର୍ଯ୍ୟକ୍ରମରେ ଜିଲାର ମନ୍ତ୍ରୀ ଓ ବିଧାୟକମାନେ ମଧ୍ୟ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EKYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: ବନ୍ଦ ହେବ…

ଭୁବନେଶ୍ୱର,୨୯।୯: EKYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ରବିବାର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ ପାତ୍ର କହିଛନ୍ତି, ଶେଷ ଲୋକର EKYC ନ...

Featured Video Play Icon

ଦଶହରା ପୂବର୍ବରୁ ସୁଭଦ୍ରା ଭେଟି

ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ...

ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ଉନ୍ନୟନ କମିଟି

କର୍ଲାମୁଣ୍ଡା,୨୯ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉନ୍ନୟନ କମିଟି ପକ୍ଷରୁ ଭୁବନେଶ୍ୱରଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।...

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’...

ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…

ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା।...

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri