କଟକରେ ନିର୍ବାଚନୀ ସଙ୍ଗୀତ ପ୍ରସ୍ତୁତି କରିଥିଲେ ମୋହନ

କଟକ, ୧୨ା୬(ଶିଳ୍ପା ପ୍ରିୟଦର୍ଶିନୀ):କେନ୍ଦୁଝରର ବିଧାୟକ ମୋହନ ଚରଣ ମାଝିଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ବୁଧବାର ବିଧିବଦ୍ଧ ଭାବେ ସେ ଶପଥ ଗ୍ରହଣ କରିବେ। ଏଥିପାଇଁ ରାଜ୍ୟର କୋଣ ଅନୁକୋଣରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଇତିମଧ୍ୟରେ ତାଙ୍କ ସହ କଟକର ଏକ ସ୍ମୃତି ରହିଛି। ମୋହନ ୩ଥର ବିଧାୟକ ପଦବୀ ପାଇଁ ନିର୍ବାଚନ ଲଢ଼ିବା ସମୟରେ ତାଙ୍କର ନିର୍ବାଚନ ଗୀତ ଲେଖି ତାଙ୍କୁ ଆହୁରି ଲୋକପ୍ରିୟ କରାଇଥିଲେ କଟକ ମହତାବ ଅଞ୍ଚଳରେ ଥିବା ମା’ କାଳୀ ଷ୍ଟୁଡିଓର ମୁଖ୍ୟ ତଥା ସଙ୍ଗୀତକାର ଦିଲୀପ ଜେନା। ୨୦୧୪,
୨୦୧୯ ଓ ୨୦୨୪ ନିର୍ବାଚନରେ ମୋହନଙ୍କ ନିର୍ବାଚନୀ ଗୀତ ଓ ସ୍ଲୋଗାନ ଲେଖିବା ସହ ତାକୁ ସ୍ବର ଦେଇଥିଲେ ଦିଲୀପ। ଏପରି କି ଚଳିତ ନିର୍ବାଚନରେ ଗୀତ ରେକର୍ଡିଂ ସମୟରେ ୫ ଘଣ୍ଟା ଷ୍ଟୁଡିଓରେ ରହି ମୋହନ ଗୀତ ରେକର୍ଡ କରିଥିଲେ। ନିର୍ବାଚନ ଫଳାଫଳ ଆସିବା ପରେ ମୋହନଙ୍କୁ ଫୋନ୍‌ ମାଧ୍ୟମରେ ଶୁଭେଚ୍ଛା ଜଣାଇଥିଲେ ଦିଲୀପ। ମଙ୍ଗଳବାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିବା ପରେ ଦିଲୀପଙ୍କ ଷ୍ଟୁଡିଓରେ ଖୁସିର ଲହରି ଖେଳିଯାଇଛି। ସମସ୍ତ କର୍ମକର୍ତ୍ତା ଏକାଠି ହୋଇ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ଦିଲୀପ କହିଛନ୍ତି, ମୋହନ ଜଣେ ସଚ୍ଚୋଟ ବ୍ୟକ୍ତି। ବିଧାୟକ ସମୟରେ କେନ୍ଦୁଝର ପାଇଁ ସ୍ବର ଉଠାଉଥିଲାବେଳେ ବର୍ତ୍ତମାନ ରାଜ୍ୟର ସାଢେ ୪ କୋଟି ଓଡ଼ିଆଙ୍କ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବାରେ ସେ କେବେ ପଛଘୁଞ୍ଚା ଦେବେନି ବୋଲି ଆଶା ରହିଛି। ଭୋଟ ଗଣତି ପରଦିନ ତାଙ୍କୁ ଶୁଭେଚ୍ଛା ଜଣାଇଥିଲି ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri