Categories: ଜାତୀୟ

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ

ଭୋପାଳ,୧୩।୧୨: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଭାଜପା ନେତା ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୋତିଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ହୋଇଥିବା ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟାନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତି ଥିଲେ।

ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସେମାନେ ହେଲେ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓରା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମଧ୍ୟପ୍ରଦେଶର ବାଚସ୍ପତି ଦାୟିତ୍ୱ ହସ୍ତାନ୍ତର କରାଯାଇଛି।

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟ ପରେ ଭାଜପା ହାଇକମାଣ୍ଡ ମୋହନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମନୋନୀତ କରିଥିଲେ। ମୋହନ ଦକ୍ଷିଣ ଉଜୈନରୁ ଭାଜପା ବିଧାୟକ। ତାଙ୍କୁ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ (ଆରଏସଏସ) ର ନିକଟତମ ବିବେଚନା କରାଯାଏ।

Share