ଗ୍ୟାଙ୍ଗଷ୍ଟର ଭୂମିକାରେ ମୋନା

ମୁମ୍ବାଇ: ଅଭିନେତ୍ରୀ ମୋନା ସିଂ କେବଳ ଟିଭି ପରଦାରେ ନୁହେଁ ବରଂ ବଲିଉଡ୍‌ରେ ମଧ୍ୟ ନିଜ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ତାଙ୍କୁ ଗୋଟିଏ ପରେ ଗୋଟିଏ ବଡ଼ ପ୍ରଡକ୍ସନ୍‌ ହାଉସ୍‌ର ଫିଲ୍ମରେ ମଧ୍ୟ କାର୍ଯ୍ୟ କରିବାକୁ ସୁଯୋଗ ମିଳିଛି। ହରର କମେଡି ଫିଲ୍ମ ‘ମୁଁଜ୍ୟା’ରେ ନିଜର ଚମତ୍କାର ଅଭିନୟ ଦ୍ୱାରା ମୋନା ଦର୍ଶକଙ୍କୁ ପ୍ରଭାବିତ କରିବାରେ ସଫଳ ହୋଇଛନ୍ତି। ଏହି ଫିଲ୍ମ ବକ୍ସ ଅଫିସରେ ୧୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରି ହିଟ୍‌ ସାବ୍ୟସ୍ତ ହୋଇଛି।
ମୋନାଙ୍କୁ ଆଗାମୀ ଦିନରେ ଅଭିନେତା ଆମିର୍‌ ଖାନ୍‌ଙ୍କ ଦ୍ୱାରା ପ୍ରଯୋଜିତ ‘ହାପି ପଟେଲ ଖତରନାକ୍‌ ଜାସୁସ୍‌’ ଫିଲ୍ମରେ ଦେଖିବାକୁ ମିଳିବ। ଏହି ଫିଲ୍ମ ଯୋଗେ ମୋନାଙ୍କୁ ତୃତୀୟ ଥର ପାଇଁ ଆମିର୍‌ଙ୍କ ସହ କାର୍ଯ୍ୟ କରିବାକୁ ସୁଯୋଗ ମିଳୁଛି, ଯାହାକୁ ନେଇ ସେ ବହୁତ ଉତ୍ସାହିତ ଅଛନ୍ତି। ଫିଲ୍ମ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଚଳିତ ବର୍ଷ ଦୀପାବଳି ଉପଲକ୍ଷେ ରିଲିଜ୍‌ ହେବାକୁ ଥିବା ଏହି ଫିଲ୍ମରେ ମୋନା ଜଣେ ଗ୍ୟାଙ୍ଗଷ୍ଟର ଭୂମିକାରେ ନଜର ଆସିବେ। ନିକଟରେ ଏହି ଆଡ୍‌ଭେଞ୍ଚର କମେଡି ଫିଲ୍ମରେ ମୋନାଙ୍କ ଶୁଟିଂ ଶେଷ ହୋଇଛି।
‘ଜସ୍ସି ଜେସି କୋଇ ନେହିଁ (୨୦୦୩-୨୦୦୬)’ ଧାରାବାହିକରୁ ମୋନା ଛୋଟ ପରଦାରେ ନିଜ ପରିଚୟ ସୃଷ୍ଟି କରିପାରିଥିଲେ। ଏହାପରେ ସେ ଛୋଟ ପରଦାର ଅନେକ ଧାରାବାହିକରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଥିଲେ। ପରେ ସେ ବଲିଉଡ୍‌ରେ ମଧ୍ୟ କେତେକ ଫିଲ୍ମରେ ଅଭିନୟ କରି ନିଜ ଜଲ୍‌ଓ୍ବା ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ...

ପାକିସ୍ତାନ ସେନା ବିମାନରେ ଲାଗିଗଲା ନିଆଁ, ଭିଡିଓ ଭାଇରାଲ

ଇସଲାମବାଦ,୨୬।୪: ପାକିସ୍ତାନରୁ ଆସିଛି ବଡ଼ ଖବର। ଲାହୋର ବିମାନବନ୍ଦରରେ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଏହି କାରଣରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୂଚନା...

ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…

ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା...

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ...

ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ...

ଆମେ ଭାରତ ସହ ଅଛୁ..ଭାରତକୁ ସହଯୋଗର ହାତ ବଢାଇଲା ଆମେରିକା ଗୋଇନ୍ଦା ବିଭାଗ

ଓ୍ବାଶିଂଟନ,୨୬।୪:ପହଲଗାମ୍‌ ଆକ୍ରମଣରେ ୩ ଦିନ ପରେ ଆମେରିକାର ଜାତୀୟ ଗୋଇନ୍ଦା ନିର୍ଦ୍ଦେଶିକା ତୁଲସୀ ଗାବ୍ବାର୍ଡ ଭାରତର ଆତଙ୍କବାଦ ନିରୋଧୀ ଅଭିଯାନକୁ ସମର୍ଥନ ଜଣାଇଛନ୍ତି। ଏକ ସୋସିଆଲ...

ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image