ଧୋକା ଦେଲା ମୌସୁମୀ:ଗରମ, ଗୁଳୁଗୁଳିରେ ଛଟପଟ ଓଡ଼ିଶା

ଭୁବନେଶ୍ୱର,୧୨ା୬(ଅନିଲ ଦାସ):ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ସାରା ରାଜ୍ୟ। ଉପକୂଳରୁ ଉପାନ୍ତ ସବୁଠି ତାତି କରୁଛି କଲବଲ। ମନୁଷ୍ୟଠାରୁ ଆରମ୍ଭକରି ଜୀବଜନ୍ତୁ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଦକ୍ଷିଣ ଭାଗକୁ ଜୁନ୍‌ ୮ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିଥିବା ପାଣିପାଗ ବିଭାଗ ଘୋଷଣା କରିଥିଲେ ମଧ୍ୟ ତାହା ନିଷ୍କ୍ରିୟ ହୋଇଯାଇଛି। ଭୟଙ୍କର ଗରମରୁ ମୁକ୍ତି ପାଇଁ ସମସ୍ତେ ଡହଳବିକଳ। ଅନ୍ୟପକ୍ଷରେ ମାୈସୁମୀ ବର୍ଷା ପରିବର୍ତ୍ତେ ଦିନକୁ ଦିନ ତାତିର ପ୍ରକୋପ ବଢ଼ି ଚାଲିଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତତଲା ହାଓ୍ବା ବହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ନାକେଦମ କରିଛି। ଘରେ କିମ୍ବା ବାହାରେ ନିସ୍ତାର ନାହିଁ। ଗମ୍‌ଗମ୍‌ ଝାଳ ବୋହିବା ସାଙ୍ଗକୁ ଅଣନିଃଶ୍ୱାସୀ ଭଳି ଅନୁଭବ ହେଉଛି। ଏଭଳି ଉତ୍ତପ୍ତ ପରିବେଶ ଆହୁରି ୮ ଦିନ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ୍‌ଓ୍ବେଭ ଜାରି (ଗ୍ରୀଷ୍ମ ପ୍ରବାହ) ଏବଂ ଉପକୂଳ ଓଡ଼ିଶାରେ ଆଦର୍ର୍‌ରତା ସହ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବୁଧବାର ବୌଦ୍ଧ, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ଏହିସବୁ ଜିଲାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ ଉପରକୁ ଚାଲିଯିବା ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଉପକୂଳବର୍ତ୍ତୀ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର କଟକ, ଯାଜପୁର, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, କେନ୍ଦୁଝର ଓ ଗଜପତି ଜିଲାରେ ଗରମ ସହ ଦିନରେ ଆର୍ଦ୍ରତା ପରିମାଣ ୭୦ ପ୍ରତିଶତ ରହିବା ନେଇ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଏହିଭଳି ଅବସ୍ଥା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ମଙ୍ଗଳବାର ନୂଆପଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରି ୪୩.୫, ବୌଦ୍ଧ ୪୩.୨, ଝାରସୁଗୁଡ଼ା ୪୨.୪, ଟିଟିଲାଗଡ଼ ୪୨.୫, ରାଉରକେଲାରେ ୪୨.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ଜୁନ୍‌ରେ ଦିନର ତାପମାତ୍ରା ସାଧାରଣତଃ ୩୬ରୁ ୩୭ ଡିଗ୍ରୀ ସେଲସିୟସ ଭିତରେ ରହିଥାଏ। ତେବେ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖା ଦେଇଛି। ଦିନରେ ୪ରୁ ୫ ଡିଗ୍ରୀ ସେଲସିୟସ ଯାଏ ଅଧିକ ଉତ୍ତପ୍ତ ରହୁଛି। ଗତ କିଛିଦିନ ହେବ ଉତ୍ତର ପଶ୍ଚିମ ଦିଗରେ ରାଜ୍ୟକୁ ଗରମ ବାୟୁ ପ୍ରବାହ ହେଉଛି। ଏହି ବାୟୁ ପ୍ରବାହ ବଙ୍ଗୋପସାଗରରୁ ଜଳୀୟକଣା ମିଶା ଥଣ୍ଡା ବାୟୁ ପ୍ରବାହକୁ ପ୍ରଭାବିତ କରୁଛି। ଫଳରେ ଜୁନ୍‌ରେ ତାତି ଉପରମୁହାଁ ହୋଇ ରହିଛି। ଏହାଛଡ଼ା ମେ ୨୦ ତାରିଖରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ରେମାଲ ମୌସୁମୀ ଆଗମନକୁ ପ୍ରଭାବିତ କରିଛି। ବାତ୍ୟାର ପ୍ରଭାବ ମାସେ ପର୍ଯ୍ୟନ୍ତ ରହୁଥିବାରୁ ଆସନ୍ତା ୧୮ ତାରିଖ ପୂର୍ବରୁ ରାଜ୍ୟକୁ ମୌସୁମୀ ପ୍ରବେଶ କରିବା ସମ୍ଭାବନା ନାହିଁ। ଆସନ୍ତା ୧୯ କିମ୍ବା ୨୦ ତାରିଖ ବେଳକୁ ମୌସୁମୀ ପାଇଁ ପାଗ ଅନୁକୂଳ ହେବ ବୋଲି ପାଣିପାଗ ବିଭାଗର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି। ଏଥିଯୋଗୁ ରାଜ୍ୟରେ ମୌସୁମୀ ଜନିତ ବର୍ଷା ଆରମ୍ଭ ହେବ। ତେବେ ଜୁଲାଇ ପ୍ରଥମ ସପ୍ତାହରେ ଭଲ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri