୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି । ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲାର କେତେକ ଭାଗରେ ପ୍ରବେଶ କରିବ। ୯ ଓ ୧୦ ତାରିଖରେ ଉକ୍ତ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୧ରୁ ଏହା ଦୁର୍ବଳ ହୋଇଯିବ। ଆସନ୍ତା ୧୭ ତାରିଖ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାକୁ ଥିବାରୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ହେବ ନାହିଁ। ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ରୁ ୪୪ ଡିଗ୍ରୀକୁ ଛୁଇଁବା ସମ୍ଭାବନା ରହିଛି । ଆସନ୍ତା ୧୮ ଏବଂ ୧୯ ତାରିଖରେ ପାଗ ଅନୁକୂଳ ରହିବ। ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ରହିଛି। ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବେଶ କରିବା ସମ୍ଭାବନା ରହିଛି। ପାଗ ଅନୁକୂଳ ହେବା ପରେ ରାଜ୍ୟର ଅନ୍ୟ ଭାଗକୁ ମୌସୁମୀ ପ୍ରବେଶ କରିବ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାବେଳେ ଉପକୂଳ ଓଡ଼ିଶାରେ ଗରମ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ଗରମ ସାଙ୍ଗକୁ ଆର୍ଦ୍ରତା ବୃଦ୍ଧି ପାଇବ। ଅସହ୍ୟ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଦିଆଯାଇଛି। ତେବେ ଏହି ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଆଦି ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ରାଜ୍ୟର ବିଭିନ୍ନ ଭାଗରେ ଆସନ୍ତା ୧୧ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri