ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ ବୋଲି କୁହାଯାଇଛି । ଅନ୍ୟପକ୍ଷରେ, ଆସନ୍ତା ରବିବାର ଆଡ଼କୁ ବଙ୍ଗୋପସାଗର ତଥା ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ଅଧିକ ହେବ ବୋଲି ପାଣିପାଗ
ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ସ୍ୱାଭାବିକ ବର୍ଷା ତୁଳନାରେ ୮ ପ୍ରତିଶତ କମ୍‌ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜୁନ୍‌ ମାସ ପହିଲା ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ୧ ହଜାର ମିଲିମିଟର ବର୍ଷା ହୋଇଛି । ରାଜ୍ୟର ୧୯ଟି ଜିଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୦ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି ।

Share