Categories: ରାଜ୍ୟ

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି । ଗତକାଲି ଅପରାହ୍ଣ ସୁଦ୍ଧା କଟକରେ ସର୍ବାଧିକ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।

Share