ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ଗଜପତି ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ମୌସୁମୀ ବାୟୁ ସାରା ଓଡ଼ିଶାକୁ ଅଗ୍ରସର ହେବ। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି।ଅନ୍ୟପଟେ, ଆଗାମୀ ୪ ରୁ ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି।

Share