Posted inଜାତୀୟ

୪ ସପ୍ତାହ ଯାଏ ନିରାଶ କରିବ ମୌସୁମୀ

ଆଗାମୀ ୪ ସପ୍ତାହ ଯାଏ ଦେଶରେ ମୌସୁମୀ ପ୍ରବାହ ନୈରାଜଶ୍ୟଜନକ ରହିବ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍‌ ଓ୍ବେଦର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହେବା ଆଶଙ୍କା ପ୍ରକାଶ ପାଇଛି। ବିସ୍ତାରିତ ରେଞ୍ଜ୍‌ ପୂର୍ବାନୁମାନ ବ୍ୟବସ୍ଥା (ଇଆର୍‌ପିଏସ୍‌) ଅନୁଯାୟୀ ଜୁଲାଇ ୬ ପର୍ଯ୍ୟନ୍ତ ମୌସୁମୀ ବର୍ଷା ନିରାଶାଜନକ ହେବ। ବିହନ ବୁଣା ଓ ଜମି ପ୍ରସ୍ତୁତି ପାଇଁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସମୟ ହୋଇଥିବାରୁ କୃଷି ପ୍ରଭାବିତ ହେବ ବୋଲି କୁହାଯାଇଛି। ବର୍ଷାଋତୁ ଆରମ୍ଭରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୁଖ୍ୟ ମୌସୁମୀ ଜୋନ୍‌ କେନ୍ଦ୍ରୀୟ ଓ ପଶ୍ଚିମ ଭାଗ ଅନାବୃଷ୍ଟି ପ୍ରଭାବର ସମ୍ମୁଖୀନ ହେବ ବୋଲି ସ୍କାଏମେଟ୍‌ ଓ୍ବେଦର କହିଛି। ସାଧାରଣତଃ ଜୁନ୍‌ ୧ରେ ମୌସୁମୀ କେରଳ ଛୁଉଁଥିବାବେଳେ ଏଥର ସପ୍ତାହେ ପରେ ଅର୍ଥାତ୍‌ ଜୁନ୍‌ ୮ରେ ପହଞ୍ଚତ୍ଥିଲା। ଆରବ ସାଗରରେ ବାତ୍ୟା ‘ବିପର୍ଯ୍ୟୟ’ ସୃଷ୍ଟି ଯୋଗୁ ମୌସୁମୀ ବିଳମ୍ବିତ ହୋଇଥିଲା। ଏବେ ଅନ୍ୟ ଅଞ୍ଚଳକୁ ମୌସୁମୀର ଅଗ୍ରଗତି ବାଧାପ୍ରାପ୍ତ ହୋଇଛି। ସାଧାରଣଃ ଜୁନ୍‌ ୧୫ ସୁଦ୍ଧା ଓଡ଼ିଶା, ମହାରାଷ୍ଟ୍ର, ତେଲଙ୍ଗାନା, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରରେ ମୌସୁମୀ ବର୍ଷା ହୋଇଥାଏ। ଏବେ ଏହିସବୁ ରାଜ୍ୟ ପର୍ଯ୍ୟନ୍ତ ମୌସୁମୀ ପହଞ୍ଚତ୍ପାରି ନାହିଁ। ନିକଟ ଭବିଷ୍ୟତରେ ବଙ୍ଗୋପସାଗରରେ ଓ୍ବେଦର ସିଷ୍ଟମ୍‌ ସୃଷ୍ଟି ହେବାର କୌଣସି ଲକ୍ଷଣ ଦେଖାଯାଉ ନାହିଁ। ଏହି ସିଷ୍ଟମ ମୌସୁମୀକୁ ଆଗେଇ ନେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ...

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri