୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ ମୌସୁମୀ ଆସିବା ପାଇଁ ବର୍ତ୍ତମାନ ପାଗ ଅନୁକୂଳ ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ସାଧାରଣତଃ ଜୁନ୍‌ ଦିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପ୍ରବେଶ କରିବ।

ତେବେ ଆସନ୍ତାକାଲି ରାଜ୍ୟର କିଛି ଜିଲାରେ କାଳବୈଶାଖୀ ଆଶଙ୍କା ଥିବା ବେଳେ ଆଉ କିଛି ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୯ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।

Share