ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟାେ ୪୧୭୧କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୦ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୪୯ ଲୋକାଲ କେସ୍‌ ରହିଛି। ସେହିଭଳି ୧୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share