ପ୍ରାଣ ପ୍ରତିଷ୍ଠା ଦିନ ଦେଶରେ ହୋଇଛି ୧.୨୫ଲକ୍ଷ କୋଟିର ବ୍ୟବସାୟ, ବିକ୍ରି ହୋଇଛି ଏହି ସବୁ ସାମଗ୍ରୀ

ନୂଆଦିଲ୍ଲୀ,୨୩।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ଅର୍ଥବ୍ୟବସ୍ଥାରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ । ତେଣୁ ଆଗାମୀ ସମୟରେ ସହ ଜଡ଼ିତ ଅର୍ଥବ୍ୟବସ୍ଥାର ବଡ ବିସ୍ତାର ହେବାର ସମ୍ଭାବନା ରହିଛି। ଦେଶର ବ୍ୟବସାୟୀ ସଙ୍ଘ କନଫେଡେରସନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ ଅନୁଯାୟୀ, ରାମ ମନ୍ଦିରପ୍ରାଣ ପ୍ରତିଷ୍ଠା ଦିନ ଦେଶରେ ପ୍ରାୟ ୧.୨୫ କୋଟି ଟଙ୍କାର ବଡ଼ କାରବାର ହୋଇଛି। ଏଥିରେ କେବଳ ଦିଲ୍ଲୀରେ ପ୍ରାୟ ୨୫ ହଜାର କୋଟି ତଥା ଉତ୍ତର
ପ୍ରଦେଶରେ ପ୍ରାୟ ୪୦ ହଜାର କୋଟି ଟଙ୍କାର ସାମଗ୍ରୀ ଏବଂ ସେବା ଦ୍ବାରା ବେପାର ହୋଇଛି।

ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭି ସି ଭରତିଆ ଓ ପ୍ରବୀଣ ଖଣ୍ଡେଲଓ୍ବାଲ କହିଛନ୍ତି, ଦେଶରେ କୋଟି କୋଟି ସଂଖ୍ୟାରେ ରାମ ମନ୍ଦିର ପ୍ରତିମା, ମାଳା, ବିନ୍ଦି, କଡ଼ା, ରାମ ଧ୍ବଜା , ରାମନାମ ଟୋପି, ରାମଙ୍କ ପେଣ୍ଟିଂ , ରାମ ଦରବାର ଚିତ୍ର, ରାମଙ୍କ ଚିତ୍ର ଆଦିର ଜବରଦସ୍ତ ବିକ୍ରି ହୋଇଛି । ଦେଶ ସାରା ପଣ୍ଡିତ ଏବଂ ବ୍ରାହ୍ମଣଙ୍କ ବଡ଼ ଆକାରରେ ଆୟ ହୋଇଛି । କୋଟି କୋଟି କେଜିର ମିଠା ଏବଂ ଡ୍ରାଇଫ୍ରୁଟ୍ସ ମଧ୍ୟ ପ୍ରସାଦ ଭାବରେ ବିକ୍ରି ହୋଇଛି ।
ଦେଶରେ କୋଟି କୋଟି ଟଙ୍କାର ଦୀପ, ପିତଳ ଏବଂ ଅନ୍ୟ ବସ୍ତୁରେ ତିଆରି ଦୀପ ବିକ୍ରି ହୋଇଛି। ଆଗାମୀ ସମୟରେ ଭକ୍ତ ରାମ ମନ୍ଦିରକୁ ବିଭିନ୍ନ ଉପହାର ଦେବାର ସମ୍ଭାବନା ରହିଛି। କାରଣ ବିବାହ ଉତ୍ସବରେ ମନ୍ଦିରକୁ ଉପହାର ଦେବା ଆରମ୍ଭ ହୋଇଛି। ତେଣୁ ଏହା ଆଗକୁ ଅର୍ଥବ୍ୟବସ୍ଥାରେ ବଡ଼ ପ୍ରଭାବ ପକାଇବ।

ସେ ଆହୁରି କହିଛନ୍ତି, ଦେଶରେ ଏହା ପ୍ରଥମ ଥର ଯେତେବେଳେ ଆସ୍ଥା ଏବଂ ଭକ୍ତି କାରଣରୁ ଏତେ ବଡ଼ ଆକାରରେ ବ୍ୟବସାୟ ହୋଇଛି। ବଡ଼ କଥା ହେଉଛି ଏଥିରେ କ୍ଷୁଦ୍ରୁ ବ୍ୟବସାୟୀ ଏବଂ ଲଘୁ ଉଦ୍ୟୋଗୀ ମଧ୍ୟ ଉପକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ...

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ଆଦିବାସୀଙ୍କୁ ପିଟି ମାରିଦେଲା ପୋଲିସ

ଅଗରତାଲା,୧୯ା୧୦:ତ୍ରିପୁରାରେ ହାଜତ ନିର୍ଯାତନାରେ ଜଣେ ୩୪ ବର୍ଷୀୟ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ୨ ମାସ ମଧ୍ୟରେ...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri