ରାଜ୍ୟରେ ଖାଲିପଡ଼ିଛି ୧୭ ହଜାରୁ ଅଧିକ ଶିକ୍ଷକ ପଦ: ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ 

ଭୁବନେଶ୍ୱର,୨୬।୭: ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ ରାଜ୍ୟରେ ଖାଲିପଡିଛି । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋଟ ୧୭ ହଜାର ୭୬୧ ଶିକ୍ଷକ ପଦବୀ ଖାଲି ଅଛି । ଏ ନେଇ ଶୁକ୍ରବାର  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୃହରେ ଉତ୍ତର ରଖିଛନ୍ତି । ସେ  କହିଛନ୍ତି ଯେ, ଖୁବଶୀଘ୍ର ୧୬ ହଜାର ୫୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଷ୍ପତ୍ତି ନେଇଛନ୍ତି।
ବିଭିନ୍ନ ସ୍କୁଲର ନିଜସ୍ବ ଜମି ନ ଥିବା କଥା ମୁଖ୍ୟମନ୍ତ୍ରୀ ମୋହନ ମାଝି ଅବଗତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀ ଏ ଦିଗରେ ଆଲୋଚନା କରିଛନ୍ତି ବୋଲି ଗଣଶିକ୍ଷା ମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି ।
ଅନ୍ୟପକ୍ଷେ ରାଜ୍ୟରେ ୬୧୦ ବର୍ଗର ଉଚ୍ଚ ବିଦ୍ୟାଳୟ ଅଛି। ସେଗୁଡିକ ଅନୁଦାନପ୍ରାପ୍ତ ବିଦ୍ୟାଳୟ। ପ୍ରତି ପଞ୍ଚାୟତରେ ଥିବା ସ୍କୁଲଗୁଡିକ ଶିକ୍ଷକ ଅଭାବରୁ ବନ୍ଦ ହୋଇଯାଉଛି । ସେଗୁଡିକ କିପରି ଅପଗ୍ରେଡ୍‌ କରି ବଞ୍ଚାଇ ରଖାଯାଇପାରିବ । ସେଥିପ୍ରତି କି ପଦକ୍ଷେପ ସରକାର ନେଉଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଜେଡ଼ି ବିଧାୟକ ବଦ୍ରି ପାତ୍ର । ଏହାର ଜବାବ ରଖି, ଏଥିପ୍ରତି ଦୃଷ୍ଟି ଦେବୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri