୨୦ହଜାରରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶିଳ୍ପ ସଂସ୍ଥା ପରିସରରେ ପ୍ରକୃତି ପାଇଁ ଚାରାଟିଏ ଆହ୍ବାନ ଦେଇ ଚାରାରୋପଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ବରୁଣେଇ ଶିଳ୍ପାଞ୍ଚଳର ବିଭିନ୍ନ ଉଦ୍ୟୋଗ ବୁଲି ଦେଖିବା ସହ ଶିଳ୍ପ ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ବିଚାରବିମର୍ଶ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ପରିଦର୍ଶନ ପରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାରେ ଶିଳ୍ପ ଅଭିବୃଦ୍ଧି, ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଶିଳ୍ପ ସଂସ୍ଥାରେ ସ୍ଥାନୀୟ ନିଯୁକ୍ତି, ଶିଳ୍ପକ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ। ଉଦ୍ୟୋଗ ଖୋଲିବା ପାଇଁ ଯେଉଁମାନେ ଜମି ନେଇଛନ୍ତି, ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ସହ କିଭଳି ଖୁବଶୀଘ୍ର ସେମାନେ ଶିଳ୍ପ ପ୍ରତିଷ୍ଠା କରିବେ ସେ ଦିଗରେ ରହିଥିବା ଜମିଜମା ଏବଂ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାର ମୁଣ୍ଡାମ୍ବା, କାଳୀବାଟୀ ଏବଂ ଭୂଇଁପୁରରେ ବିଭିନ୍ନ ଉଦ୍ୟୋଗରେ ପ୍ରାୟ ୬ ହଜାର ୪୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବାର ସମ୍ଭାବନା ରହିଛି। ଏହା ଦ୍ୱାରା ୧୩ ହଜାର ଯୁବକଯୁବତୀ ନିଯୁକ୍ତି ପାଇପାରିବେ। ସେହିଭଳି ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ୧ହଜାର ଏକର, ବୋଲଗଡ଼ ୬୦୦ ଏକର ଏବଂ ବେଗୁନିଆର ୭୦୦ ଏକର ଜମିରେ ବିଭିନ୍ନ ଉଦ୍ୟୋଗ ପ୍ରତିଷ୍ଠା ହେବ। ଏହା ଦ୍ୱାରା ଆହୁରି ୧୦ହଜାର ନିଯୁକ୍ତି ସୃଷ୍ଟି ହୋଇପାରିବ। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି। ରାଜ୍ୟରେ ଶିଳ୍ପାୟନକୁ ଗୁରୁତ୍ୱ ଦେବା ସହ ଶିଳ୍ପର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିନିମନ୍ତେ ସ୍ଥଳ ବିଶେଷରେ ରହିଥିବା ସମସ୍ୟା ସମାଧାନ କରାଯିବ ବୋଲି ମନ୍ତ୍ରୀ ମିଶ୍ର କହିଛନ୍ତି। ସେହିପରି ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କହିଥିଲେ, ବିଭିନ୍ନ ଉଦ୍ୟୋଗ ପ୍ରତିଷ୍ଠା ହେଲେ ସ୍ଥାନୀୟ ବାସିନ୍ଦାମାନଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଖୋର୍ଦ୍ଧା ଭଳି ବୀର ମାଟିରେ ସ୍ମୃତି ରକ୍ଷା କ୍ଷେତ୍ରରେ ବିଭିନ୍ନ ସଂସ୍ଥା ସହଯୋଗ କରିବା ନିମନ୍ତେ ସେ ପରାମର୍ଶ ଦେଇଥିଲେ। ସମ୍ପୃକ୍ତ ଅଞ୍ଚଳକୁ ଯୋଗାଯୋଗ, ପାର୍କିଂ, ଆଲୋକୀକରଣ, ସାଧାରଣ ସୁବିଧା ଉପଲବ୍ଧ କରିବା ନିମନ୍ତେ ସମସ୍ତ ସହଯୋଗ କରାଯିବ ବୋଲି ଜଗଦ୍ଦେବ ପ୍ରତିଶ୍ରୁତି ଦେଇଛନ୍ତି। ସେହିଭଳି ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ସେମାନଙ୍କ ନିର୍ବାଚନ ମଣ୍ଡଳୀ କ୍ଷେତ୍ରରେ ଶିଳ୍ପୋଦ୍ୟୋଗ ପ୍ରତିଷ୍ଠା ଉପରେ ଗୁରୁତ୍ୱାରୋପ କରିବା ସହ ଏଥିନିମନ୍ତେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଜିଲା ପରିଷଦ ଅଧ୍ୟକ୍ଷା ରୁପଶ୍ରୀରାଣୀ ଗୁମାନସିଂ, ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, ଇଡ୍‌କୋ ସଚିବ ହେମନ୍ତ ଶର୍ମା, ସିଜିଏମ୍‌ ବିଜୟ ତ୍ରିପାଠୀ, ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀଙ୍କ ସମେତ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri