ବଜ୍ରପାତ ଯୋଗୁ ଚାଷ ଜମିରେ ଯାଉଛି ଜୀବନ

ମହାକାଳପଡ଼ା, ୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ପରିବେଶ ଅସନ୍ତୁଳିତ ହେବାରେ ଲାଗିଛି। ଏହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚିନ୍ତା ବଢାଇଛି। ବିଶେଷ କରି ବଜ୍ରପାତ ବଢ଼ିବା ଯୋଗୁ ପୂର୍ବ ଅପେକ୍ଷା ଅଧିକାଂଶ ଲୋକଙ୍କ ଜୀବନ ଚାଷ ଜମିରେ ଯାଉଛି। ଚାଷ ଜମିରେ ଯଦି ବଡ଼ ବଡ଼ ତାଳ ଗଛ ରୋପଣ କରାଯାଇଥାନ୍ତା ତେବେ ବଜ୍ରପାତ ପ୍ରଭାବ ସ୍ବଳ୍ପ ଦେଖା ଯାଆନ୍ତା ବୋଲି କୁହାଯାଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୦ବର୍ଷ ମଧ୍ୟରେ ଚାଷ ଜମିରେ ବଜ୍ରପାତ ଘଟି ୨୫ରୁ ଅଧିକ ଚାଷୀଙ୍କ ଜୀବନ ଯାଇଛି। ହେଲେ ଏଠାରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀରେ ଲାଗିଥିବା ବଜ୍ରପାତ ନିରୋଧ ଯନ୍ତ୍ର ଅଚଳ ହୋଇପଡିଛି।
ବ୍ଲକ ଅଞ୍ଚଳରେ ଚାଷ ଜମିରେ ବଜ୍ରପାତ ଯୋଗୁ ଜୀବନ ଯାଇଥିବା ସ୍ଥାନ ମଧ୍ୟରେ ଗୋଗୁଆ, କୋଚିଳା, ଗୌଡବାଡ଼ପୁର, ଆଡେଇ, ଜମ୍ବୁ, ଖରିନାସୀ, ନୂଆଗଁା, ସୁନିତି, ବଉଳକଣି, ବତିଘର, ବାରଡାଙ୍ଗ, ଗୋଜାବନ୍ଧ, କେନ୍ତିଆ ବୋଲି ତହସିଲ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ତେବେ ବଜ୍ରପାତ ନିରୋଧ ଯନ୍ତ୍ର ବ୍ଲକର ବିଭିନ୍ନ ଅଞ୍ଚଳରେ ଥିବା ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଛାତରେ ଲାଗିଥିବା ଦେଖିବାକୁ ମିଳୁଛି। ଏଥିମଧ୍ୟରୁ ଅଧିକାଂଶ ବଜ୍ରପାତ ନିରୋଧ ଯନ୍ତ୍ର ଅକାମୀ ହୋଇପଡିଛି। କାରଣ ୩ବର୍ଷ ପୂର୍ବେ ବଉଳକଣିଠାରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ବଜ୍ରପାତ ନିରୋଧ ଯନ୍ତ୍ର ଥାଇ ଏହାର ୫୦ଫୁଟ୍‌ ଦୂରରେ ଏକ ବଜ୍ରପାତ ଘଟିବାରୁ ଘର ସହ ନଡ଼ିଆ ଗଛ ଜଳି ଯାଇଥିଲା। ପରିବାରର ୩ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଥିଲେ। ବିଭିନ୍ନ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଲାଗିଥିବା ବଜ୍ରପାତ ନିରୋଧ ଯନ୍ତ୍ରର ସୁପରିଚାଳନା ପାଇଁ ଜିଲା ପ୍ରଶାସନ ଦୃଷ୍ଟି ଦେବା ଲାଗି ବୁଦ୍ଧିଜୀବୀ ବିରଞ୍ଚତ୍ ନାରାୟଣ ଦାସ ଓ ସୁବାସ ଚନ୍ଦ୍ର ସ୍ବାଇଁ କହିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରେ ବାତ୍ୟା ଆଶ୍ରୟସ୍ଥଳୀରେ ବଜ୍ରପାତ ନିରୋଧ ଯନ୍ତ୍ର ରକ୍ଷଣାବେକ୍ଷଣ ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇ ଖୁବ୍‌ଶୀଘ୍ର ମରାମତି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri