୩୭ ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ

ଭୁବନେଶ୍ୱର,୨୧ା୭(ଅସାମାପିକା ସାହୁ): ରାଜ୍ୟର ୧୧୧ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧୀନରେ ପ୍ରତିଷ୍ଠା ହୋଇଥିବା ୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ମହାନଗର ନିଗମର କମିଶନର ଓ ପୌରସଂସ୍ଥାର କାର୍ଯ୍ୟନିର୍ବାହୀମାନଙ୍କୁ କୁହାଯାଇଛି।

ରାଜ୍ୟ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ୍‌ ନାୟକ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ୨୦୨୧ ଓ ୨୦୨୨ରେ ରାଜ୍ୟର ୧୧୧ଟି ପୌରସଂସ୍ଥାରେ ମୁକ୍ତା ଯୋଜନାରେ ୩୭,୨୪୨ଟି ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ ହୋଇଥିଲା। ‘କ୍ୟାଚ୍‌ ଦି ରେନ୍‌’ ଅଭିଯାନରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପଗୁଡିକର ରକ୍ଷଣାବେକ୍ଷଣ କରାଯିବ। ବର୍ଷାଜଳ ଅମଳ ଜରିଆରେ ଭୂତଳ ଜଳ ରିଚାର୍ଜ ପାଇଁ ଏହି ପ୍ରକଳ୍ପ ବେଶ ଉପଯୋଗୀ ହୋଇଥିବା ବେଳେ ଏହାର ରକ୍ଷଣାବେକ୍ଷଣ ପାଇଁ ବିଭାଗ ଯୋଜନା ପ୍ରସ୍ତୁତ କରିଛି। ଅତି କମ୍‌ରେ ୩୭ହଜାର ପ୍ରକଳ୍ପର ରକ୍ଷଣାବେକ୍ଷଣ କରାଯିବ।

ଏହି ରକ୍ଷଣାବେକ୍ଷଣ କାର୍ଯ୍ୟରେ ମିଶନ ଶକ୍ତି ଗୋଷ୍ଠୀ, ବସ୍ତି ବିକାଶ ସଂଗଠନକୁ ନିୟୋଜିତ କରିବାକୁ ମୁକ୍ତାର ରାଜ୍ୟ ନୋଡାଲ ଅଧିକାରୀ ତଥା ସୁଡାର ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ସମସ୍ତ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜନସ୍ବାସ୍ଥ୍ୟ ବିଭାଗ ଓ ଓ୍ବାଟ୍‌କୋ ପକ୍ଷରୁ ମଧ୍ୟ ମିଶନ ଶକ୍ତି ଗୋଷ୍ଠୀକୁ ଏଥିପାଇଁ ନିୟୋଜିତ କରିପାରିବେ ଏବଂ ଏ ସଂକ୍ରାନ୍ତରେ ବିଭାଗ ସହିତ ସମନ୍ବୟ ରକ୍ଷାକରିବେ ବୋଲି କୁହାଯାଇଛି। ପୌରସଂସ୍ଥା, ଜନସ୍ବାସ୍ଥ୍ୟ, ଓ୍ବାଟ୍‌କୋର ଯନ୍ତ୍ରୀଙ୍କ ସମେତ ମୁକ୍ତା ଟିମ୍‌ ଏହି ରକ୍ଷଣାବେକ୍ଷଣ କାର୍ଯ୍ୟର ତଦାରଖ କରିବେ। ରକ୍ଷଣାବେକ୍ଷଣ କାର୍ଯ୍ୟରେ ନିୟୋଜିତ ମିଶନଶକ୍ତି ଓ ଅନ୍ୟ ସଂସ୍ଥାଗୁଡିକୁ ସେମାନଙ୍କର ପାଉଣା ୭ଦିନ ମଧ୍ୟରେ ପ୍ରଦାନ କରିବାକୁ ଶ୍ରୀ ପଣ୍ଡା କହିଛନ୍ତି । ରକ୍ଷଣାବେକ୍ଷଣ କାର୍ଯ୍ୟ କିଭଳି ହେବ ତାହାର ସମ୍ପୃକ୍ତ ସୂଚନା ସଂଗ୍ରହ ପାଇଁ ଏକ ଫର୍ମାଟ ପ୍ରସ୍ତୁତ ହେବ ଏବଂ କ୍ଷେତ୍ରସ୍ତରରୁ ଏହି ଫର୍ମାଟରେ ତଥ୍ୟ ସଂଗ୍ରହ କରାଯିବ। ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ଆବଶ୍ୟକ ଅର୍ଥ ପୌରସଂସ୍ଥାକୁ ଯୋଗାଇ ଥିବା ଅର୍ଥ କମିଶନଙ୍କ ଅନୁଦାନ ପାଣ୍ଠିରୁ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri