୮ ଲକ୍ଷ ୮୫ ହଜାରରୁ ଅଧିକ କରୋନା ମୁକ୍ତ

ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ରବିବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୨ ହଜାର ୬୩ ଛୁଇଁଛି। ଇତିମଧ୍ୟରେ ୮ ଲକ୍ଷ ୮୫ ହଜାର ୫୭୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୬୩.୫୩ ପ୍ରତିଶତ ରହିଛି। ସେହିପରି ୪ ଲକ୍ଷ ୬୭ ହଜାର ୮୮୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଗତ ୨୪ ଘଣ୍ଟାରେ ୪୮ ହଜାର ୬୬୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ୭୦୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା କୋଟିଏ ୬୨ ଲକ୍ଷ ୯୧ ହଜାର ୩୩୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଶନିବାର ୪ ଲକ୍ଷ ୪୨ ହଜାର ୨୬୩ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share