ସପ୍ତାହକରେ ବନ୍ଧାହେଲେଣି ଶହେରୁ ଅଧିକ ଅସାମାଜିକ

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ ଜାରି ରହିଛି। ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନାରେ ପେସାଦାର ଅପରାଧୀମାନେ ବିଭିନ୍ନ ଅପରାଧିକ ମାମଲାରେ ଜଡ଼ିତ ହୋଇ ଫେରାର ଘଟଣାରେ ସେମାନଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ଏକ ସପ୍ତାହ ମଧ୍ୟରେ ୧ଶହରୁ ଅଧିକ ଅସାମାଜିକ ବ୍ୟକ୍ତିଙ୍କୁ ବିଭିନ୍ନ ଥାନା ପକ୍ଷରୁ ଗିରଫ କରାଯାଇଛି। ଜିଲାରେ ଶାନ୍ତି ବଜାୟ ରଖିବା ଲକ୍ଷ୍ୟରେ ଏହା କରାଯାଉଛି ବୋଲି ଗଞ୍ଜାମ ଆରକ୍ଷୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏହାସହ ଗତ ଦୁଇ ଦିନ ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୪ଜଣ ଅସମାଜିକଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। କୋଦଳା ପୋଲିସ ପକ୍ଷରୁ ଦୁଇ ଜଣ, ବୁଗୁଡ଼ା ପୋଲିସ ପକ୍ଷରୁ ୬ଜଣ,ଶେରଗଡ଼ ପୋଲିସ ପକ୍ଷରୁ ଜଣେ, ରମ୍ଭା ପୋଲିସ ପକ୍ଷରୁ ଦୁଇ ଜଣ, ଖଲ୍ଲିକୋଟ ପୋଲିସ ପକ୍ଷରୁ ୩ଜଣ, ଏହି ସ୍ବତନ୍ତ୍ର ଡ୍ରାଇଭ୍‌ ଜାରି ରହିବ ବୋଲି ଗଞ୍ଜାମ ଆରକ୍ଷୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ଯଦି କୌଣସି ଅସାମାଜିକ ବ୍ୟକ୍ତି କିମ୍ବା ବେଆଇନ ଅସ୍ତ୍ରଶସ୍ତ୍ର ରଖିଥିବାର ସୂଚନା ରହିଛି ସେ ସମ୍ପର୍କରେ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ୍‌ ନମ୍ବର ୯୪୩୮୯୧୬୭୨୦ରେ ପଠାଇବାକୁ ଅନୁରୋଧ କରାଯାଇଛି। ଅନ୍ୟପକ୍ଷରେ ନିର୍ବାଚନ ପରେ ପରବର୍ତ୍ତୀ ହିଂସା ଘଟୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖ ପର୍ଯ୍ୟ ରାତି ୮ଟା ପରେ ଚା’ ଦୋକାନ, ହୋଟେଲ ଓ ଢାବାଗୁଡ଼ିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଏସ୍‌ପି। ଏନେଇ ଗଞ୍ଜାମ ପୋଲିସ ଜିଲାର ସମସ୍ତ ଥାନା ଅଧିକାରୀଙ୍କୁ ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri