Posted inଖେଳ

ମର୍ଣ୍ଣି ମର୍କେଲ ଭାରତର ନୂଆ ବୋଲିଂ କୋଚ୍ ନିଯୁକ୍ତ

ନୂଆଦିଲ୍ଲୀ, ୧୪।୦୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ମର୍ଣ୍ଣି ମର୍କେଲ ଭାରତର ନୂତନ ବୋଲିଂ କୋଚ୍ ନିଯୁକ୍ତ ହୋଇଛନ୍ତି। ମର୍କେଲଙ୍କ ନବ ନିଯୁକ୍ତ ଗୌତମ ଗମ୍ଭୀରଙ୍କ ନେତୃତ୍ୱରେ ଆସିଷ୍ଟାଣ୍ଟ କୋଚ୍ ଅଭିଷେକ ନାୟାର ଏବଂ ରିଆନ୍ ଦଶ ଡଚ୍ ଏବଂ ଫିଲ୍ଡିଂ କୋଚ୍ ଟି ଦିଲୀପଙ୍କ ସହ ଭାରତୀୟ ଦଳର ପ୍ରଶିକ୍ଷକ ଗୋଷ୍ଠିରେ ଯୋଗଦେବେ।

ରିପୋର୍ଟ ଅନୁଯାୟୀ, ମର୍କେଲ ପୂର୍ବତନ ଭାରତର ବୋଲର ଆର ବିନୟ କୁମାରଙ୍କ ସହ ସର୍ଟଲିଷ୍ଟର ଥିଲେ ମଧ୍ୟ ସେ ଏହି ପଦବୀରେ ନିଯୁକ୍ତି ଦୋୖଡରେ ଆଗୁଆ ଥିଲେ। ବୁଧବାର ତାଙ୍କ ନିଯୁକ୍ତିକୁ ବିସିସିଆଇ ସଭାପତି ଜୟ ଶାହା ନିଶ୍ଚିତ କରିଛନ୍ତି।

ମର୍ଣ୍ଣି ମର୍କେଲ ଦକ୍ଷିଣ ଆଫ୍ରିକା ପାଇଁ ୨୦୦୬ରୁ ୨୦୧୮ ମଧ୍ୟରେ ୮୬ ଟେଷ୍ଟ, ୧୧୭ ଦିନିକିଆ ଏବଂ ୪୪ ଟି୨୦ ଖେଳିଛନ୍ତି। ବର୍ତମାନ ଅଷ୍ଟ୍ରେଲିଆରେ ରହୁଥିବା ମର୍କେଲଙ୍କ ସହିତ ବିସିସିଆଇ କିଛି ଆଲୋଚନା କରିଥିବା କୁହାଯାଉଛି।

ଦୁହେଁ ଗମ୍ଭୀର ଏବଂ ମର୍କେଲ ପୂର୍ବରୁ ଆଇପିଏଲ ଟିମ୍ ଲକ୍ଷ୍ନୌ ସୁପର ଜାଏଣ୍ଟସରେ ଏକାଠି ଦୁଇ ବର୍ଷ ପାଇଁ କାମ କରିଛନ୍ତି। ତେବେ ଭାରତୀୟ ଦଳର କୋଚ୍ ପଦବୀ ପାଇଁ ଲକ୍ଷ୍ମୀପତି ବାଲାଜୀ ଏବଂ ବିନୟ କୁମାରଙ୍କ ସମେତ ଅନେକ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ ଅନୁଯାୟୀ ବିସିସିଆଇ ଜାହିର ଖାନଙ୍କୁ ଏହି ପଦବୀ ପାଇଁ ପ୍ରସ୍ତାବ ଦେଇଛି। ତେବେ ବିସିସିଆଇ ଏହାର ନିଷ୍ପତ୍ତି ଖୁବଶୀଘ୍ର ଜଣାଇବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri