ଭୁବନେଶ୍ୱର,୧ା୪(ବ୍ୟୁରୋ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୩ରୁ ଚଳିତବର୍ଷ ନୂଆ ପାଠପଢ଼ା ଆରମ୍ଭ ହେବାକୁ ଥିବା ବେଳେ ୧୧ ତାରିଖରୁ ସକାଳୁଆ ସ୍କୁଲ ହେବ। ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଚାଲିବ। ସ୍ଥଳବିଶେଷରେ ଜିଲାପାଳମାନେ ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିପାରିବେ।