ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ ବୋଲି ବୁଧବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। ହେଲେ ଶୁକ୍ରବାରଠାରୁ ସକାଳୁଆ ସ୍କୁଲ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ସକାଳ ୬ଟା ୩୦ରୁ ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡିକ ଖୋଲା ରହିବ। ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଇଁ ଏହି ନିୟମ ତତ୍‌କାଳ ଲାଗୁ କରିବାକୁ ସମସ୍ତ ଜିଲାପାଳଙ୍କୁ ଗଣଶିକ୍ଷା ବିଭାଗ ସଚିବ ଶାଳିନୀ ପଣ୍ଡିତ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ସ୍କୁଲରେ ସୁରକ୍ଷିତ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା ସହ ଅନ୍ୟ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟରେ ଥିବା ନଳକୂପ ଏବଂ ପାନୀୟ ଟ୍ୟାପଗୁଡିକୁ ମରାମତି କରାଯିବ। ଅଭିଭାବକମାନେ ପିଲାଙ୍କୁ ସାଙ୍ଗରେ ପାଣି ବୋତଲ ଦେଇ ପଠାନ୍ତୁ। ଶିକ୍ଷୟତ୍ରୀଶିକ୍ଷକଙ୍କ ସମେତ ଅଭିଭାବକମାନେ ପିଲାଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ କୁହାଯାଇଛି। ତେବେ ସ୍ଥାନୀୟ ପାଣିପାଗ ସ୍ଥିତି ଉପରେ ନଜର ରଖି ଜିଲାପାଳମାନେ ବିଦ୍ୟାଳୟଗୁଡିକର ସମୟ ପରିବର୍ତ୍ତନ କରିପାରିବେ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri