ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମା’-ପୁଅଙ୍କ ଜୀବନ

ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ରଘୁନାଥପୁର ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ ମାଟିଖାଲ ଗ୍ରାମର ଖଗେଶ୍ୱର ସାହୁ ଓ ତାଙ୍କ ମା’ ରମାଦେବୀ ସାହୁ। ଖଗେଶ୍ୱର ଓଡି ୦୭ ଜି ୩୫୭୪ ନଂ ଏକ ବାଇକ୍‌ ଯୋଗେ ବ୍ରହ୍ମପୁରରୁ ନିଜ ଗ୍ରାମ ମାଟିଖାଲ ଅଭିମୁଖେ ଆସୁଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଦୁହିଁଙ୍କ ମୃତ୍ୟୁ ଘଟିଥିଲା। ଘଟଣାର ଖବର ପାଇ ଚମାଖଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏନେଇ ଚମାଖଣ୍ଡି ଥାନାରେ ୧୮୭/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଚମାଖଣ୍ଡି ଥାନାର ଏଏସ୍‌ଆଇ ଅରୁଣ କୁମାର ରାଉତ ସୂଚନା ଦେଇଛନ୍ତି।