ଭଦ୍ରକରେ ୨୩ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦୁର୍ଗତିନାଶିନୀ

ଭଦ୍ରକ,୧୧ା୧୦(ସନାତନ ରାଉତ): ଭଦ୍ରକ ସହରର ୨୩ଟି ପୂଜାମଣ୍ଡପରେ ମା’ ଦୁର୍ଗତିନାଶିନୀଙ୍କ ପୂଜା ଆରାଧନା ଆରମ୍ଭ ହୋଇଛି। ଶୁକ୍ରବାର ମହାଷ୍ଟମୀ ପୂଜା ଥିବାରୁ ସବୁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସକାଳ ୬ଟାରୁ ଅଷ୍ଟମୀ ପୂଜା ଆରମ୍ଭ ହୋଇଥିବା ବେଳେ ଉପବାସ ରଖିଥିବା ଶ୍ରଦ୍ଧାଳୁ ମହିଳାମାନେ ପରିବାରର ଶୁଭ ମନାସୀ ମା’ଙ୍କ ଠାରେ ଦୀପ ଜାଳିଛନ୍ତି। ଭୋଗ ଲଗାଇବା ସହ ନୂଆ ଶାଢି ଶଙ୍ଖା ପୂଜା କରି ପରିଧାନ କରିଛନ୍ତି। ସହରର ବଙ୍କ ବାସୁଳି ମନ୍ଦିରରେ ଅସମ୍ଭାଳ ଭିଡ଼ ଲାଗିଥିଲା।

ସେହିପରି ଗାନ୍ଧୀ ପଡିଆ, ବାଇପାସ, ପ୍ରାଚୀ ନଗର, ଜାନୁଗଞ୍ଜ, ଗବସାହି, ବାଙ୍କା ବଜାର, ଚନ୍ଦନବଜାର, ସନ୍ଥିଆ, ପାଟଣା ସାହି, ଚରମ୍ପା ସ୍କୁଲ ରୋଡ୍‌, ଷ୍ଟେଶନ ରୋଡ୍‌, ତେଲି ମହଲା ସମେତ ଗ୍ରାମାଞ୍ଚଳରେ ବିଭିନ୍ନ ମଣ୍ଡପରେ ମା’ଙ୍କୁ ପୂଜା କରାଯାଉଛି। ସୁନ୍ଦର ଆଲୋକ ସଜ୍ଜା ଓ ସୁଉଚ୍ଚ ତୋରଣ ସହରକୁ ଶୋଭା ବର୍ଦ୍ଧିତ କରିଛି। ବିଭିନ୍ନ ପୂଜାମଣ୍ଡପରେ ଗତ ସନ୍ଧ୍ୟାରୁ ମେଲୋଡି, ଭଜନ ସା, ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ମୀନାବଜାର ଆରମ୍ଭ ହୋଇଛି l ଭଦ୍ରକ ପୋଲିସ ପକ୍ଷରୁ ଭିଡ଼ ନିୟନ୍ତ୍ରଣ ପାଇଁ ସମସ୍ତ ପୂଜାମଣ୍ଡପରେ ଫୋର୍ସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ...

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର...

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ

ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri