ମା’ସହ ୩ ବର୍ଷର ପୁଅକୁ ହତ୍ୟା

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪) ଓ ତାଙ୍କ ପୁଅ ଆୟୁଷ୍ମାନର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ମଙ୍ଗଳବାର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ କହିଛି। ଘର ଭିତରେ ଉଭୟ ମୃତଦେହ ଦୀର୍ଘ ସମୟ ଧରି ପଡ଼ି ରହିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବାରେ ବିଳମ୍ବ ହେବାରୁ ଉତ୍ତେଜନା ପ୍ରକାଶ ପାଇଥିଲା । ଅନ୍ୟପକ୍ଷେ ବୋହୂ ଓ ନାତିର ମୃତଦେହ ଘରେ ପଡିଥିବା ବେଳେ ଶାଶୁ ଫେରାର ହୋଇଯିବା ଘଟଣା ସନ୍ଦେହ ସୃଷ୍ଟି କରିଛି।
ଅଭିଯୋଗ ଅନୁଯାୟୀ, ଖଣ୍ଡପଡ଼ା ଥାନା କିଆଝର ଗାଁର ପବିତ୍ର ସାହୁଙ୍କ ଝିଅ ମିଲିମଣିଙ୍କୁ ଶଙ୍ଖେଇ ଗାଁର ପ୍ରସନ୍ନ କୁମାର ସାହୁ ବିବାହ କରିଥିଲେ। ବିବାହ ସମୟରେ ବରପକ୍ଷର ଦାବି ମୁତାବକ ଯୌତୁକ ଦିଆଯାଇଥିଲା। ହେଲେ ଅଧିକାଂଶ ସମୟରେ ଅଧିକ ଯୌତୁକ ଦାବି କରି ଶାଶୁ ଘରେ ତାଙ୍କୁ ନିର୍ଯାତନା ଦିଆଯାଉଥିଲା ବୋଲି ଅଭିଯୋଗ ହୋଇଛି । ସୋମବାର ଶାଶୁଘର ଲୋକମାନେ ଝିଅ ଓ ନାତିକୁ ହତ୍ୟା କରିଥିବା ମିଲିମଣିଙ୍କ ପରିବାର ସଦସ୍ୟମାନେ କହିଛନ୍ତି। ଅନ୍ୟପକ୍ଷେ ପ୍ରସନ୍ନ କେରଳ ଚାଲି ଯାଇଥିବା ସୂଚନା ମିଳିଛି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
ଅନ୍ୟପକ୍ଷେ ମିଲିମଣି ଓ ଆୟୁଷ୍ମାନଙ୍କ ମୃତଦେହ ଘରେ ପଡିଥିବା ଜଣାପଡ଼ିବା ପରେ ଏ ସଂକ୍ରାନ୍ତରେ ଗାଁ ଲୋକେ ଶାଶୁଙ୍କୁ ପ୍ରଶ୍ନ କରିଥିଲେ। ଶାଶୁ କହିଥିଲେ, ନାତି ଦୃଷ୍ଟ ହେବାରୁ ମା’ଆକଟ କରିବାକୁ ଯାଇ ମାଡ଼ ମାରିଥିଲା । ହେଲେ ନାତିର କିପରି ମୃତ୍ୟୁ ହେଲା ଜଣାପଡି ନ ଥିଲା। ପୁଅର ମୃତ୍ୟୁକୁ ସହ୍ୟ କରି ନ ପାରି ବୋହୂ ଆମତ୍ହତ୍ୟା କରିଥାଇ ପାରେ ବୋଲି ସେ କହିଥିଲେ। ଏ ସଂକ୍ରାନ୍ତରେ ଥାନା ଅଧିକାରୀ ବସନ୍ତ ସାହୁ କହିଛନ୍ତି, ପ୍ରାଥମିକ ତଦନ୍ତ ପରେ ବି ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତକଙ୍କ ବାପାଙ୍କ ଅଭିଯୋଗ ପରେ ହତ୍ୟା ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଫେଲ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri