ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, କାମଧନ୍ଦା ନ ପାଇ ପଦ୍ମାବତୀଙ୍କ ପୁଅ ମୈତ୍ର ସେଠ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିଲେ। ହେଲେ ସେ କିଛି ଦିନ ହେଲା ନିଖୋଜ ହୋଇଯାଇଥିବା ନେଇ ପରିବାର ଲୋକେ ଖବର ପାଇଥିଲେ। ପୁଅ ନିଖୋଜ ଥିବା ନେଇ ମା’ ପଦ୍ମାବତୀ ମୁରିବାହାଲ ଥାନାରେ ଅଭିଯୋଗ କରିିଛନ୍ତି।

ଏପରିକି ପୁଅଙ୍କୁ ଖୋଜି ଆଣିବାକୁ ଜିଲା ପ୍ରଶାସନ ନିକଟରେ ନିବେଦନ କରିବା ସହ ନ୍ୟାୟ ଦାବି କରି ପଦ୍ମାବଦୀ ଗାଁରୁ ବଲାଙ୍ଗୀର ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। କିନ୍ତୁ ଆଜି ପର୍ଯ୍ୟନ୍ତ ପୁଅ ମୈତ୍ରଙ୍କ କୌଣସି ପତ୍ତା ମିଳିପାରି ନାହିଁ। ପୁଅ କଥା ଭାବି ପଦ୍ମାବତୀ ଅସୁସ୍ଥ ହୋଇ ପଡିଥିଲେ। ଏନେଇ ବଡ଼ ପୁଅ ପଦ୍ମାବତୀଙ୍କୁ ଚିକିତ୍ସା ପାଇଁ କଣ୍ଟାବାଞ୍ଜି ହସ୍ପିଟାଲକୁ ଆଣିଥିଲେ।

ହେଲେ ହସ୍ପିଟାଲରେ ପଦ୍ମାବତୀ ପୁଅଙ୍କ କଥା ଭାବି ମେଡ଼ିଶିନ ବିଭାଗ ଛାତ ଉପରକୁ ଚଢି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେତିକିବେଳେ ମହିଳା ଜଣକ ପଦ୍ମାବତୀଙ୍କୁ ଦେଖି ଛାତ ଉପରକୁ ଯାଇ ସୁରକ୍ଷିତ ଭବେ ଉଦ୍ଧାର କରିଥିଲେ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri