ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବୁଧବାର ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିଛନ୍ତି । ବିଧାୟକ ରାଜେନ୍ଦ୍ରଙ୍କ ପାଇଁ ବିଧାନସଭାରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଛି । ଭାଜପା ପକ୍ଷରୁ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏହାକୁ ସମର୍ଥନ ଜଣାଇଥିବା ବେଳେ କଂଗ୍ରେସ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି ମଧ୍ୟ ଏହି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି । ଚିିକିତ୍ସାଧୀନ ଅବସ୍ଥାରେ ବିଧାୟକଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସୂଚନାଯୋଗ୍ୟ, ରାଜେନ୍ଦ୍ର ପ୍ରସାଦ ୧୯୯୦ରୁ ୧୯୯୫ପର୍ଯ୍ୟନ୍ତ ସେ ଜନତା ଦଳର ପ୍ରାର୍ଥୀ ଭାବେ କଟକ ସଦର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ସହ ବିଜୁ ଜନତା ଦଳ ରାଜ୍ୟ ଶ୍ରମିକ ସାମ୍ମୁଖ୍ୟର ସଭାପତି ତଥା ଅଖିଳ ଭାରତୀୟ ହିନ୍ଦ ମଜଦୁର ସଭାର ଉପସଭାପତି ଭାବେ କାର୍ଯ୍ୟ କରୁଥିଲେ।

Share