ମନ୍ତ୍ରୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏଥିସହ ରାଜ୍ୟପାଳ ଗଣେଶୀ ଲାଲା, କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ନେତା ବୈଜୟନ୍ତ ପଣ୍ଡାଙ୍କ ସହ ବିଜେଡିର ବିଭିନ୍ନ ମନ୍ତ୍ରୀ ଓ ବିଧାୟକ ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏପରିକି ମନ୍ତ୍ରୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Share