ତହସିଲ କାର୍ଯ୍ୟାଳୟ ଘେରିଲେ ପଞ୍ଚାୟତବାସୀ

ତିହିଡି,୨।୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି ତହସିଲ ଅଧୀନ ତାଳପଦା ପଞ୍ଚାୟତବାସୀ ସୋମବାର ତିହିଡି ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ସରକାରୀ ରାସ୍ତାକୁ ଜବରଦଖଲ କରି ଜଣେ ପ୍ରଧାନ ଶିକ୍ଷକ ନିର୍ମାଣ କରିଥିବା କୋଠାଘର ଉଚ୍ଛେଦ ଦାବିରେ ପଞ୍ଚାୟତବାସୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରୁ ବିଲଣା ଆର୍‌ଡି ରୋଡ ଭାୟା ତାଳପଦା ରାସ୍ତାର ମଧ୍ୟଭାଗକୁ ଅବରୋଧ କରି ଜଣେ ପ୍ରଧାନ ଶିକ୍ଷକ କୋଠାଘର ନିର୍ମାଣ କରିଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। ଫଳରେ ତାଳପଦା ସମେତ ବିଲଣା, ତଳଗୋପବିନ୍ଧା ପ୍ରମୁଖ ପଞ୍ଚାୟତବାସୀଙ୍କ ଯାତାୟତରେ ସମସ୍ୟା ଉପୁଜୁଛି।
ଏପରିକି ସ୍କୁଲ ଛାତ୍ରୀଛାତ୍ର ମଧ୍ୟ ଯାତାୟତରେ ଦୁର୍ଦ୍ଦଶା ଭୋଗୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପଞ୍ଚାୟତବାସୀ ଏହାକୁ ନେଇ ହାଇକୋର୍ଟର ଦ୍ୱାରସ୍ଥ ହେବା ପରେ କୋର୍ଟ ପକ୍ଷରୁ ତୁରନ୍ତ ସମସ୍ୟାର ସମାଧାନ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିଲା। ବର୍ତ୍ତମାନ ଏହା କାର୍ଯ୍ୟକାରୀ ହେବାରେ ବିଳମ୍ବ ଘଟିଛି। ଏହାର ପ୍ରତିବାଦରେ ୱାର୍ଡସଦସ୍ୟା ଜୟନ୍ତୀ ବେହେରା, ତାପସ ବେହେରା, ବିଦ୍ୟାଧର ଦାସ, ଦୁଃଖିଶ୍ୟାମ ଜେନା, ଅଞ୍ଜନା ଦଳେଇ, ଗୀତାରାଣୀ ଜେନା ପ୍ରମୁଖଙ୍କ ସହ ଶତାଧିକ ପଞ୍ଚାୟତବାସୀ ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ ସପ୍ତାହକ ମଧ୍ୟରେ ରାସ୍ତାର ମାପଚୁପ କରି ଆବଶ୍ୟକ ପଦକ୍ଷେପ ନେବେ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ରଜନୀତିରେ ହଇଚଇ୍‌: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ

ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image