ମ୍ୟୁନିସିପାଲଟି ଦାବି ଜୋର୍‌ ଧରିଲା: ମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଏମ୍‌ପି-ବିଧାୟକ

ଛତ୍ରପୁର,୩।୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦେବା ନେଇ ପୁଣି ଦାବି ଉଠିଛି। ବୁଧବାର ଛତ୍ରପୁର ଗସ୍ତରେ ଆସିଥିବା ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଏନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ଓକିଲ ସଂଘ ସଭାପତି ପ୍ରଦୀପ କୁମାର ପାଢୀ, ଆଇନଜୀବୀ ପି. ଧର୍ମା ରେଡ୍ଡୀ, ଆଇନଜୀବୀ ବ୍ରଜମୋହନ ଆଚାର୍ଯ୍ୟ ପ୍ରମୁଖ ସ୍ମାରକପତ୍ର ଦେବା ସହ ଦାବି ପୂରଣ କରିବାକୁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ଯଦି ନିୟମ ଭିତରେ ଆସୁଛି ଏବଂ ଜିଲାପାଳ ରିପୋର୍ଟ ଦେଲେ ନିଶ୍ଚିତ ଭାବେ ଛତ୍ରପୁର ମ୍ୟୁନିସିପାଲଟି ହେବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ସାଧାରଣ ନିର୍ବାଚନ ପୂର୍ବରୁ ତଥା ଫେବୃଆରୀ ୨୪ରେ ଛତ୍ରପୁରକୁ ମ୍ୟୁନିସିପାଲଟି ଘୋଷଣା ତତ୍କାଳୀନ ବିଜେଡି ସରକାରଙ୍କ ପକ୍ଷରୁ କରାଯାଇଥିଲା। ତେବେ ଏହାର ଗେଜେଟ ନୋଟିଫିକେଶନ ହୋଇ ନ ଥିଲା। ଫଳରେ ଛତ୍ରପୁର ଏବେ ବି ଏନ୍‌ଏସି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଆମ୍ବୁଲାନ୍ସରୁ ବାହାରିଗଲା ଚକ

ପାପଡାହାଣ୍ଡି, ୩।୧୦(ସ୍ବପ୍ନଜିତ ପଟ୍ଟନାୟକ): କୋଡ଼ିଙ୍ଗାରୁ ଜଣେ ରୋଗୀଙ୍କୁ ଛାଡ଼ି ଫେରିବା ବେଳେ ୧୦୮ ଆମ୍ବୁଲାନ୍ସର ବାମ ପଟ ଆଗ ଚକ ଭାଙ୍ଗି ଯାଇଥିଲା। ସୌଭାଗ୍ୟ ବଶତଃ...

ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ଆଶାକର୍ମୀ ସଂଘ

କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ...

ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଶାକର୍ମୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୩।୧୦(ଦିଲ୍ଲୀପ ସାମଲ):  ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଏକ ଦାବିପତ୍ର...

ମା’ ତାରାତାରିଣୀ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା, ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କଲେ ୩ ମନ୍ତ୍ରୀ

ପୁରୁଷୋତ୍ତମପୁର,୩ା୧୦(ସୀମାଞ୍ଚଳ ମିଶ୍ର): ଗୁରୁବାରଠାରୁ ସମସ୍ତ ଶକ୍ତିପୀଠରେ ଆରମ୍ଭ ହୋଇଛି ନବରାତ୍ର ପୂଜା। ସେହିକ୍ରମରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ମଧ୍ୟ ନବରାତ୍ର...

ଦାୟିତ୍ୱ ନେଲେ ଗଞ୍ଜାମ ଏସ୍‌ପି, କହିଲେ ଆଇନଶୃଙ୍ଖଳା ଉପରେ ରହିବ ପୂରା ଫୋକସ୍‌

ଛତ୍ରପୁର,୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଏସ୍‌ପି ଭାବେ ଶୁଭେନ୍ଦୁ କୁମାର ପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତ। ୨୦୧୯ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପାତ୍ର ଏହା...

ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ

ବ୍ରହ୍ମପୁର,୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ଗୁରୁବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି।...

ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ

ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ...

କଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ଗୁରୁବାର ଜଣେ ଛାତ୍ରଙ୍କୁ ଅନ୍ୟ ଗୋଷ୍ଠୀର ୪ ଛାତ୍ର କ୍ଲାସରୁମ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri