ସେମାନେ ଜଗନ୍ତୁ, ଆମେ ଡରିବୁ କାହିଁକି: ବିଜେଡିର ‘ଛାୟା କ୍ୟାବିନେଟ୍‌’କୁ ନେଇ ବଡ଼ ବୟାନ ଦେଲେ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ୍‌ ଗଠନକୁ ନେଇ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖି ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଅସ୍ତିତ୍ୱ ଅଛି ବୋଲି ଜଣାଇବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମେ ଖୁସି ଯେ ଆମକୁ ଶକ୍ତ ବିରୋଧୀ ଦଳ ମିଳିଛି। ସେମାନେ ଜଗନ୍ତୁ, ଆମେ ଡରିବୁ କାହିଁକି। କାରଣ ଆମର ରାଜକୋଷ ଲୁଟିବା ଯୋଜନା ନାହିଁ। ଆମେ କିନ୍ତୁ ‘ଆମ ଓଡ଼ିଶା, ନବୀନ ଓଡ଼ିଶା, ୫ଟି କାଢ଼ିବୁ’। ଆମେ ଶତ ପ୍ରତିଶତ କାମ କରିବାକୁ ଆସୁଛୁ, ଡରିବୁ କାହିଁକି। ତେବେ ଛାୟା କ୍ୟାବିନେଟ୍‌ କଲେ ହେଲେ ଛାୟା ମୁଖ୍ୟମନ୍ତ୍ରୀ କିଏ ବୋଲି ସେ ପ୍ରଶ୍ନ କରିଛନ୍ତି। ଏପରିକି ଯାହା ଉପରେ ଭରସା କରିଥିଲେ ସିଏ ଆଉଟ୍‌ ବୋଲି ଷଡ଼ଙ୍ଗୀ କଟାକ୍ଷ କରିଛନ୍ତି।

ପ୍ରକାଶ ଯେ, ଓଡ଼ିଶା ଇତିହାସରେ ପ୍ରଥମ ଥର ପାଇଁ ଛାୟା କ୍ୟାବିନେଟ ଗଠନ ହୋଇଛି। ପ୍ରଥମ ଥର ପାଇଁ ବିଜୁ ଜନତା ଦଳ ବିରୋଧୀ ଦଳ ବଡ଼ ରଣନୀତି ପ୍ରସ୍ତୁତ କରିଛି। ଏଥିଲାଗି ସରକାରଙ୍କ ପ୍ରତ୍ୟେକ ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବାକୁ ଜଣେ ଲେଖାଏ ଏପରି କି ଗୋଟିଏ ଗୋଟିଏ ବିଭାଗର କାର୍ଯ୍ୟକଳାପ ଉପରେ ୨/୩ ଜଣ ବିଧାୟକଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ଦଳୀୟ ବିଧାୟକମାନଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି । ନବୀନଙ୍କ ବ୍ୟତୀତ ଦଳର ଅନ୍ୟ ସମସ୍ତ ୫୦ ବିଧାୟକଙ୍କୁ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟକଳାପ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି।

ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରତିଟି କାର୍ଯ୍ୟ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଥିବା ବେଳେ ପ୍ରମିଳା ମଲ୍ଲିକଙ୍କୁ ପଞ୍ଚାୟତିରାଜ ଓ ସଂସଦୀୟ ବ୍ୟାପାର, ବଦ୍ରି ନାରାୟଣ ପାତ୍ରଙ୍କୁ ମହିଳା ଓ ଶିଶୁ ବିକାଶ, ନିରଞ୍ଜନ ପୂଜାରୀଙ୍କୁ ଗୃହ ଓ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ଅଶ୍ୱିନୀ ପାତ୍ରଙ୍କୁ ହସ୍ତଶିଳ୍ପ, ହସ୍ତତନ୍ତ ଓ ବୟନଶିଳ୍ପ, ପ୍ରତାପ କେଶରୀ ଦେବଙ୍କୁ ସାଧାରଣ ପ୍ରଶାସନ(ଜିଏ) ଓ ସାଧାରଣ ଅଭିଯୋଗ, ଅରୁଣ କୁମାର ସାହୁଙ୍କୁ ଜଳସମ୍ପଦ, ସାରଦା ପ୍ରସାଦ ନାୟକଙ୍କୁ ଶିଳ୍ପ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ ଓ ସାଧାରଣ ଉଦ୍ୟୋଗ ବିଭାଗ ଦାୟିତ୍ୱ ଦିଆଯାଇଛି। ସେହିପରି ଅନ୍ୟ ମନ୍ତ୍ରୀମାନଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri