Posted inଖେଳ

ପ୍ରବଳ ରାଗିଗଲେ ଧୋନୀ

ସାଧାରଣତଃ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ କୁଲ୍‌ କ୍ୟାପ୍‌ଟେନ୍‌ ବୋଲି କୁହାଯାଏ। ସବୁ ପରିସ୍ଥିତିରେ ସେ ନିଜକୁ ନିୟନ୍ତ୍ରଣରେ ରଖିଥାନ୍ତି। ସେ ପଡିଆରେ ରାଗିବା କୁଚିତ୍‌ ଦେଖାଯାଏ। ନିକଟରେ ଧୋନୀ ରାଗିଥିବା ଏକ ଭିଡିଓ ଭାଇରାଲ ହେଉଛି। ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବଂ ଅମ୍ପାୟାରଙ୍କ ମଧ୍ୟରେ ବିତର୍କ ହୋଇଥିଲା। ଅନ ଫିଲ୍ଡ ଅମ୍ପାୟାର ତାଙ୍କ ନିଷ୍ପତ୍ତି ବଦଳାଇବା ପରେ ଧୋନୀ ନିରାଶ ହୋଇଥିଲେ। ରାଜସ୍ଥାନ ଇନିଂସର ୧୮ତମ ଓଭରରେ ଟମ କ୍ୟୁରେନଙ୍କୁ ଆଉଟ କରାଯାଇଥିଲା। ଦୀପକ ଚହର ବଲ୍‌ରେ ଉଇକେଟ୍‌ କିପର ଧୋନୀଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହେବାପରେ ଫିଲ୍ଡ ଅମ୍ପାୟାର ସି ଶ୍ୟାମସୁଦ୍ଦିନ ଟମ କ୍ୟୁରେନଙ୍କୁ ଆଉଟ୍‌ ଘୋଷିତ କରିଥିଲେ। ରାଜସ୍ଥାନର କୌଣସି ରିଭ୍ୟୁ ବାକି ନ ଥିଲା ଏବଂ ବ୍ୟାଟ୍ସମ୍ୟାନ ପାଭିଲିୟନକୁ ଫେରିବା ଆରମ୍ଭ କରିଥିଲେ। ଏହା ପରେ, ଲେଗ ଅମ୍ପାୟାର ବିନୀତ କୁଲକର୍ଣ୍ଣିଙ୍କ ସହ କଥା ହେବା ପରେ ଶ୍ୟାମସୁଦ୍ଦିନ ତାଙ୍କ ଭୁଲକୁ ଅନୁଭବ କରି ତୃତୀୟ ଅମ୍ପାୟାରଙ୍କ ସାହାଯ୍ୟ ମାଗିଥିଲେ। ଏହା ପରେ ଧୋନୀ ନିରାଶ ହୋଇ ଅମ୍ପାୟାରଙ୍କ ସହ କଥା ହେଉଥିବା ଦେଖିବାକୁ ମିଳିଥିଲା। ଟେଲିଭିଜନ ରିପ୍ଲାଏରେ ଜଣାପଡିଥିଲା ଯେ ଧୋନୀଙ୍କ ଗ୍ଲୋଭସ ଭିତରକୁ ଯିବା ପୂର୍ବରୁ ବଲ ତଳେ ମାଡ ହୋଇଥିଲା। ଯାଇଥିଲା। ତୃତୀୟ ଅମ୍ପାୟାର ଅନ ଫିଲ୍ଡ ଅମ୍ପାୟାରଙ୍କ ନିଷ୍ପତ୍ତି ବଦଳାଇ କ୍ୟୁରେନଙ୍କୁ ପୁଣି ପଛରୁ ଡାକିଥିଲେ। ଧୋନୀ ଏଥିରେ ରାଗିଯାଇଥିଲେ। ଧୋନୀଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri