ଦୁବାଇ, ୨୫।୯: ଆଇପିଏଲ୍-୧୩ତମ ସଂସ୍କରଣର ଏକ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍ ଜିତି ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଥମେ ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ଚଳିତ ସିଜନରେ ଚେନ୍ନାଇ ୨ଟି ମ୍ୟାଚ୍ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୨ ପଏଣ୍ଟ ପାଇ ଟେବୁଲର ୫ମ ସ୍ଥାନରେ ରହିଛି। ସେହିଭଳି ଦିଲ୍ଲୀ ଗୋଟିଏ ମ୍ୟାଚ୍ ଖେଳି ବିଜୟ ସହ ୨ ପଏଣ୍ଟ ପାଇ ୪ର୍ଥ ସ୍ଥାନରେ ରହିଛି।