ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ଏସ୍ପି)ର ପ୍ରତିଷ୍ଠାତା ମୁଲାୟମ୍ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଗୁରୁବାର ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଲାୟମଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଏକ ଡାକ୍ତରୀ ଦଳ ତାଙ୍କୁ ଯାଞ୍ଚ କରୁଥିବା ବେଳେ ତାଙ୍କର କେତେକ ପରୀକ୍ଷା କରାଯିବ ବୋଲି ଜଣାପଡ଼ିଛି।