Categories: ଜାତୀୟ

ମୁଲାୟମ୍‌ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୫।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଅସୁସ୍ଥ ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ, ୮୨ବର୍ଷୀୟ ମୁଲାୟମ ସିଂ ଯାଦବ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲକୁ ଯାଇଥିଲେ। ହେଲେ ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ିଯିବାରୁ ଡାକ୍ତର ତାଙ୍କୁ ଭର୍ତ୍ତି କରିବାକୁ ପରାମର୍ଶ ଦେଇଥିଲେ। ଶନିବାର ମୁଲାୟମଙ୍କ ପୁଅ ଅଖିଳେଶ ଯାଦବ ତାଙ୍କୁ ଭେଟିବା ପାଇଁ ହସ୍ପିଟାଲକୁ ଯାଇପାରନ୍ତି ବୋଲି ସୂଚନା ରହିଛି।

Share