Advertisement

ବାରିପଦାରେ ଚାଞ୍ଚଲ୍ୟ: ଘରେ ପଶି ବ୍ୟବସାୟୀଙ୍କ ବେକ କାଟିଦେଲେ…

ବାରିପଦା,୧୪।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହରରେ ପୁଣି ଆତଙ୍କ। ଶୁକ୍ରବାର ପୂର୍ବାହ୍ନ ୧୦ଟା ସମୟରେ ଘରେ ପଶି ବ୍ୟବସାୟୀଙ୍କ ବେକକୁ କାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକ ଜଣଙ୍କ ହେଲେ ଭଞ୍ଜପୁର ଥାନା ଅନ୍ତର୍ଗତ ଫରେଷ୍ଟ କଲୋନୀର ସ୍ନେହାଶିଷ ପଣ୍ଡା।

ସୂଚନାଯୋଗ୍ୟ, ସ୍ନେହାଶିଷ ଘରେ ଥିବା ସମୟରେ ଜନୈକ ଯୁବକ ଜଣଙ୍କ ଘରେ ପଶିଥିଲେ। ହଠାତ୍‌ ତାଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ ହାଣି ଯୁବକ ଜଣଙ୍କ ଏକ ବାଇକରେ ଦ୍ରୁତ ଗତିରେ ଫେରାର ହୋଇଯାଇଥିବା ଜଣାପଡିଛି। ପରିବାର ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ସ୍ନେହାଶିଷକୁ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି । ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ କରିଥିବା ନେଇ ଅନୁମାନ କରାଯାଇଛି । ତେବେ ସହରରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡକୁ ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel