ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଭବାନୀପାଟଣା,୨୬।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଦେଉଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ିକୁ କେନ୍ଦ୍ର କରି ସ୍ଥାନୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ କାହ୍ନୁ ଠାକୁର। ଜମିବାଡିକୁ କେନ୍ଦ୍ର କରି ତାଙ୍କୁ ଆକ୍ରମଣ କରାଯାଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତକଙ୍କ ପରିବାର ଲୋକେ ଜୁନାଗଡ଼ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭତ୍ତି କରି ଘଟଣାର ତଦନ୍ତ ଚଳାଇଛି।