ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ: ଯୁବତୀ ମା’ଙ୍କ ଜୀବନ ଗଲା

କେସିଙ୍ଗା, ୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ ଘଟିଛି। କୌଣସି କାରଣକୁ ନେଇ ସୋମବାର ପୂର୍ବାହ୍ନରେ ପ୍ରେମିକ ଉକ୍ତ ଯୁବତୀଙ୍କୁ ଏକ ଛୁରିରେ ଆକ୍ରମଣ କରିଥିଲା। ଯୁବତୀଙ୍କ ମା’ ଝିଅକୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି।
ପ୍ରକାଶ ଯେ, ଯୁବତୀ ସକାଳୁ ନିକଟସ୍ଥ ଜୋରରୁ ଗାଧୋଇ ଘରକୁ ଫେରୁଥିଲେ। ସେହି ସମୟରେ ତାଙ୍କୁ ଏକତରଫା ପ୍ରେମ କରୁଥିବା ଉକ୍ତ ଅଞ୍ଚଳର ଜଣେ ଯୁବକ ନିକଟସ୍ଥ ଛକରେ ଲୁଚି ରହିଥିଲେ। ଯୁବତୀଙ୍କୁ ନିକଟରେ ପାଇ ତାଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ଯୁବତୀଙ୍କ ପାଟି ଶୁଣି ତାଙ୍କ ମା ଦୌଡି ଆସିଥିଲେ। ଫଳରେ ପ୍ରେମିକ ଯୁବତୀଙ୍କ ମା’ଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ କେସିଙ୍ଗା ଥାନାରେ ମୃତ ମହିଳାଙ୍କ ସ୍ବାମୀ ଏକ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ କେସିଙ୍ଗା ପୋଲିସ ପହଞ୍ଚି ତଦନ୍ତ ଜାରି ରହିଛି। ଏ ନେଇ ଥାନାରେ କେସ୍‌ ନଂ. ୭୮/୨୧ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image