ପାକିସ୍ତାନ ବିରୋଧରେ ବାହାରିଲା ମୁସ୍‌ଲିମ୍‌ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର

ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍‌ଜିଦ୍‌ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ହିନ୍ଦୁସ୍ତାନ ଜିନ୍ଦାବାଦ୍‌ ପାକିସ୍ତାନ ମୁର୍ଦ୍ଦାବାଦ୍‌ ନାରା ଦେଇଛି। ପହଲଗାମ୍‌ (କଶ୍ମୀର)ରେ ନିରୀହ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ନିଷ୍ଠୁର ଆତଙ୍କବାଦୀ ଆକ୍ରମଣ ଦେଶବାସୀକୁ କ୍ଷୁବ୍ଧ କରିଛି। ଏହି ଘଟଣା ଯୋଗୁ ଜୟପୁରର ମୁସଲମାନେ ଅତ୍ୟନ୍ତ ଦୁଃଖିତ ଓ ଚକିତ। ଏହି ଘଟଣାକୁ ନେଇ ଅତ୍ୟନ୍ତ ଦୁଃଖ ଓ ମୃତକଙ୍କ ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଚଳି ଜ୍ଞାପନ କରିଛନ୍ତି। କେନ୍ଦ୍ର ସରକାର ଆତଙ୍କବାଦୀଙ୍କ ଉପରେ ଯେ କୌଣସି କଠୋର ପଦକ୍ଷେପ ନେଲେ ଆମେ ସମର୍ଥନ କରିବୁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆମେ ଅଛୁ। ଆକ୍ରମଣର ଶିକାର ହୋଇଥିବା ପର୍ଯ୍ୟଟକ ଓ ତାଙ୍କ ପରିବାର ପ୍ରତି ଆମେ ଗଭୀର ସବବେଦନା ଜଣାଉଛୁ ବୋଲି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜୟପୁର ଉପଜିଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛ। ଏହି ଦାବିପତ୍ରର ନକଲ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଥିବା ବିଷୟ ମୁସ୍ତାଫା ବେଗ, ମହମ୍ମଦ ଇଶାକ ଆକବର ବେଗ୍‌ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri